ଅକ୍ଟୋବର ୨ରୁ ମୋ ସରକାର: ଲୋକଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କର: ଡିଆଇଜି

ଛତ୍ରପୁର,୩ା୯(ଡି.ଏନ୍‌.ଏ.)-ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ‘ମୋ ସରକାର’ କାର୍ଯ୍ୟକାରୀ ହେବା ବ୍ୟବସ୍ଥାରେ ସ୍ବଚ୍ଛତା ଆଣିବା ଏହାର ଲକ୍ଷ୍ୟ ା ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ‘ମୋ ସରକାର’ କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ସୋମବାର ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍‌ପିଙ୍କ ସମ୍ମିଳନୀ ଗୃହରେ ଏହାର ପ୍ରସ୍ତୁତି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଯୋଗଦେଇ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବେ ବୈଠକରେ ଉପସ୍ଥିତ ପୋଲିସ ଅଧିକାରୀମାନଙ୍କୁ ସୂଚନା ଦେବା ସହ ଏହାର ସଫଳତା ଉପରେ ଗୁରୁତ୍ୱାରୋପ କରିଥିଲେ। ଥାନାରେ କର୍ମଚାରୀଙ୍କ ଆଚରଣ କିଭଳି ବୃତ୍ତିଗତ ଓ ବନ୍ଧୁତ୍ୱପୂର୍ଣ୍ଣ ହେବ ତାହା ଉପରେ ଧ୍ୟାନ ଦେବାକୁ ଡିଆଇଜି କହିଥିଲେ ା ଏଥିସହ ଥାନାକୁ ଆସୁଥିବା ଲୋକଙ୍କ କାର୍ଯ୍ୟ ସହଜରେ କିପରି ହୋଇପାରିବ ସେ ନେଇ ଏବେଠୁ ପ୍ରସ୍ତୁତ ରହିବାକୁ ବୈଠକରେ କୁହାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ଫୋନ୍‌ କରି ଥାନାକୁ ଯାଇଥିବା ଜନସାଧାରଣଙ୍କ ଠାରୁ ପ୍ରତିକ୍ରିୟା ନେବେ ା ତେଣୁ ଏହା ଉପରେ ଯଥେଷ୍ଟ ଧ୍ୟାନ ଦେବାକୁ ଗଞ୍ଜାମ ଏସପି ବ୍ରିଜେଶ କୁମାର ରଏ କହିଥିଲେ ା ଏକ କଲ୍‌ ସେଣ୍ଟର ରହିବ ଏବଂ ଥାନାରେ ଅଭିଯୋଗ ଦେଇଥିବା ବ୍ୟକ୍ତିଙ୍କ ମୋବାଇଲ ନମ୍ବର ରହିବ ା ଥାନାକୁ ଆସୁଥିବା ଲୋକଙ୍କୁ ଆଇଆଇସି ତାଙ୍କ ମୋବାଇଲ ନମ୍ବର ଦେବାକୁ ହେବ ବୋଲି କୁହାଯାଇଥିଲା। ଏହି ଅବସରରେ ସାଧନ କର୍ମୀଙ୍କ ପକ୍ଷରୁ ମୋ ସରକାର କାର୍ଯ୍ୟକ୍ରମ ଉପରେ ତାଲିମ ପ୍ରଦାନ କରାଯାଇଥିଲା ା ବୈଠକରେ ଅତିରିକ୍ତ ଏସପି ପତିତପାବନ ଚୌଧୁରୀ, ଡିଏସପି ଏସ୍‌. ପ୍ରଧାନ ଓ ପି. କେ ଦଳାଇ, ଛତ୍ରପୁର ଏସଡିପିଓ ଉକତ୍ଳ କେଶରୀ ଦାଶଙ୍କ ସମେତ ଜିଲାର ସମସ୍ତ ଥାନା ଆଇଆଇସିମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri