ଅକ୍ଟୋବର ୨ରୁ ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ: ଗ୍ରାମାଞ୍ଚଳରୁ ଦାରିଦ୍ର୍ୟ ହଟିବ

ଭୁବନେଶ୍ୱର,୧ା୯(ବ୍ୟୁରୋ): ଗ୍ରାମାଞ୍ଚଳର ଗରିବ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରି ଆର୍ଥିକ ସ୍ବଚ୍ଛଳ ବର୍ଗରେ ପରିଣତ କରିବାକୁ କେନ୍ଦ୍ର ସରକାର ‘ସବ୍‌କୀ ଯୋଜନା ସବ୍‌କା ବିକାଶ’ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ସଚିବ ଅମରଜିତ ସିହ୍ନା ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ଏହି ଅଭିଯାନ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଗ୍ରାମାଞ୍ଚଳରେ ସମ୍ବିଧାନର ଏକାଦଶ ପରିଚ୍ଛେଦରେ ଗ୍ରାମ ପଞ୍ଚାୟତକୁ ଦିଆଯାଇଥିବା ୨୯ ବିଭାଗ ଉପରେ ଏହି ଅଭିଯାନରେ ପଦକ୍ଷେପ ନିଆଯିବ। ଏଥିରେ ମୁଖ୍ୟତଃ କୃଷି, ଚାଷ ଜମିର ବିକାଶ, କ୍ଷୁଦ୍ର ଜଳସେଚନ, ପ୍ରାଣୀ ସମ୍ପଦ, ମତ୍ସ୍ୟ ଚାଷ, ଜଙ୍ଗଲ, କ୍ଷୁଦ୍ର ଶିଳ୍ପ, ଗ୍ରାମ୍ୟ ଖଦି ଉଦ୍ୟୋଗ, ଗ୍ରାମୀଣ ଗୃହ, ପାନୀୟ ଜଳ, ରାସ୍ତାଘାଟ, ଗ୍ରାମ୍ୟ ବିଦ୍ୟୁତୀକରଣ, ଅଣପାରମ୍ପରିକ ଶକ୍ତି, ଦାରିଦ୍ର୍ୟ ଦୂରୀକରଣ କାର୍ଯ୍ୟକ୍ରମ, ଧନ୍ଦାମୂଳକ ଶିକ୍ଷା, ଶିକ୍ଷା, ସାଂସ୍କୃତିକ କାର୍ଯ୍ୟକ୍ରମ, ବଜାର ଓ ମେଳା, ପରିବାର କଲ୍ୟାଣ, ମହିଳା ଓ ଶିଶୁ ବିକାଶ, ସାଧାରଣ ବଣ୍ଟନ ବ୍ୟବସ୍ଥା ଇତ୍ୟାଦି ବିଷୟ ଅନ୍ତର୍ଭୁକ୍ତ କରାଯାଇଛି।

ସମସ୍ତ ବିଭାଗର ସଚିବମାନଙ୍କ ବୈଠକ ଡାକି ଏ ନେଇ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିପାଇଁ ଅଲଗା ବଜେଟ ପ୍ରସ୍ତୁତ କରିବା ସହ ପଞ୍ଚାୟତସ୍ତରରେ ଏହାକୁ କାର୍ଯ୍ୟକାରୀ କରାଯିବ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ସଚିବମାନେ ଏହି କାର୍ଯ୍ୟକ୍ରମକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରିବେ। ଉକ୍ତ ଅଭିଯାନକୁ କାର୍ଯ୍ୟକାରୀ କରିବାକୁ ଗ୍ରାମ ପଞ୍ଚାୟତ ଉନ୍ନୟନ ଯୋଜନା (ଜିପିଡିପି) ପ୍ରସ୍ତୁତ କରାଯିବ। ଏହି ସମୟ ମଧ୍ୟରେ ପଞ୍ଚାୟତ ଗୁଡ଼ିକର ଭୌଗୋଳିକ ସ୍ଥିତି ଏବଂ ଜନସଂଖ୍ୟା ଆଧାରରେ ର଼୍ୟାଙ୍କ କରିବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ଅଗଷ୍ଟ ୨୭ରେ ମୁଖ୍ୟ ଶାସନ ସଚିବଙ୍କ ସହ ମନ୍ତ୍ରଣାଳୟ ସଚିବ ଭିଡିଓ କନ୍‌ଫରେନ୍ସିଂରେ ଆଲୋଚନା କରିଛନ୍ତି। କେନ୍ଦ୍ରଠାରୁ ନିର୍ଦ୍ଦେଶ ପାଇବା ପରେ ପଞ୍ଚାୟତିରାଜ ବିଭାଗ ଏ ନେଇ ପ୍ରସ୍ତୁତି ଆରମ୍ଭ କରିବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri