ଅକ୍ଟୋବର ୨ରେ ‘ଓ୍ବାର’ ରିଲିଜ

ମୁମ୍ବାଇ: ଟାଇଗର ଶ୍ରଫ୍‌ ଓ ହ୍ରିତିକ୍‌ ରୋଶନଙ୍କ ଅପ୍‌କମିଂ ଆକ୍ସନ ଫିଲ୍ମ ‘ଓ୍ବାର’ ଅକ୍ଟୋବର ୨ରେ ରିଲିଜ ହେବାକୁ ଯାଉଛି। ଏହା ହିଟ୍‌ ହେବା ବହୁ ସମ୍ଭାବନା ଅଛି ବୋଲି ଏହାର ନିର୍ମାତା ସୋମବାର ଘୋଷଣା କରିଛନ୍ତି। ୟଶରାଜ ଫିଲ୍ମସ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଉକ୍ତ ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ସିଦ୍ଧାର୍ଥ ଆନନ୍ଦ। ଆନନ୍ଦ ପୂର୍ବରୁ ହ୍ରିତିକ୍‌ଙ୍କ ଅଭିନୀତ ‘ବ୍ୟାଙ୍ଗ ବ୍ୟାଙ୍ଗ’ର ନିର୍ଦ୍ଦେଶନା ଦେଇଥିଲେ। ସିଦ୍ଧାର୍ଥଙ୍କ କହିବାନୁଯାୟୀ, ‘ଓ୍ବାର’ରେ ଦୁଇଜଣ ସର୍ବଶ୍ରେଷ୍ଠ ଆକ୍ସନ୍‌ ସୁପରଷ୍ଟାର ଏକାଠି ହୋଇଛନ୍ତି ଏବଂ ଫିଲ୍ମ ହିଟ୍‌ ପାଇଁ ସେ ଦୁହିଁଙ୍କୁ ପରସ୍ପର ମଧ୍ୟରେ ଲଢ଼େଇ କରିବାକୁ ପଡିବ। ହ୍ରିତିକ ଏବଂ ଟାଇଗରଙ୍କ ମଧ୍ୟରେ ଯେଭଳି ଘମାଘୋଟ ଲଢ଼େଇ ହେବ ଦର୍ଶକମାନେ ଭାବିବେ ଏଭଳି ଭୟଙ୍କର ଯୁଦ୍ଧରେ କିଏ ବିଜୟୀ ହେଉଛି?
ଏଭଳି ଏକ ଟାଇଟଲ୍‌ ଦିଆଯିବାର କାରଣ ହେଉଛି ଏହାକୁ ବିଶ୍ୱବ୍ୟାପୀ ରିଲିଜ କରାଯିବା ପାଇଁ ପ୍ରସ୍ତୁତି ଚାଲିଥିବା ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ଏଥିରେ ହ୍ରିତିକଙ୍କ ସହ ବାଣୀ କପୁର ଅଭିନୟ କରୁଥିବାବେଳେ ଏହା ହିନ୍ଦୀ, ତାମିଲ ଏବଂ ତେଲୁଗୁରେ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri