ଅକ୍ଟୋବର ୩୧ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାର

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ଚଳିବ ବର୍ଷ ଅକ୍ଟୋବର ଶେଷ ସୁଦ୍ଧା ଓଡ଼ିଶା ସଚିବାଳୟ ସେବା ସଂଘ(ଓସା) ନିର୍ବାଚନ ପ୍ରକ୍ରିୟା ସମାପ୍ତ କରାଯାଉ। ଏହି ପ୍ରକ୍ରିୟା ଆରମ୍ଭ ସମ୍ପର୍କିତ ଏବ ସବିଶେଷ ବିବରଣୀ ୧୦ ଦିନ ମଧ୍ୟରେ ପ୍ରଦାନ କରାଯାଉ। ଏହି ମର୍ମରେ ଗୃହ ବିଭାଗ ପକ୍ଷରୁ ଓସା ସମ୍ପାଦକଙ୍କୁ ଶୁକ୍ରବାର ଚିଠି ପଠାଯାଇଛି।
ଗୃହ ବିଭାଗ ଅନୁଶାସନ ସଚିବ ଜି.ଏସ୍‌. ଦାସଙ୍କ ପକ୍ଷରୁ କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଶେଷଥର ପାଇଁ ୨୦୧୭ ଜୁଲାଇ ୨୯ରେ ଓସା ନିର୍ବାଚନ ହୋଇଥିଲା। ସେ ସମୟରେ ନିର୍ବାଚିତ ପ୍ରତିନିଧିମାନଙ୍କ ଦାୟିତ୍ୱ ଗତ ଜୁଲାଇ ୨୮ରୁ ସମାପ୍ତ ହୋଇଛି। ତେଣୁ ଓସା ପରିଚାଳିତ ହେଉଥିବା ନିୟମାବଳୀ(ବାଇ’ଲ) ଅନୁଯାୟୀ ନୂତନ କର୍ମକର୍ତ୍ତା ଚୟନ ପାଇଁ ନିର୍ବାଚନ ହେବା ଆବଶ୍ୟକ। ଉଲ୍ଲେଖଯୋଗ୍ୟ, ଓସା ନିର୍ବାଚନ ବିଳମ୍ବ ନେଇ ଧରିତ୍ରୀରେ ପ୍ରଥମେ ଖବର ପ୍ରକାଶ ପାଇଥିଲା। ଏହା ପରେ ନିର୍ବାଚନ ପ୍ରକ୍ରିୟା ନେଇ କର୍ମଚାରୀ ମହଲରେ ଆଲୋଡନ ସୃଷ୍ଟି ହୋଇଥିଲା। ପ୍ରାୟ ୧୨୪୨ ଜଣ ସଚିବାଳୟ କର୍ମଚାରୀଙ୍କ ଦସ୍ତଖତ ସମ୍ବଳିତ ଏକ ପତ୍ର ଗୃହ ବିଭାଗ ପ୍ରମୁଖ ସଚିବଙ୍କୁ ପ୍ରଦାନ କରାଯାଇଥିଲା। ଏହା ପରେ ସମସ୍ତ ପ୍ରକାର ତର୍ଜମା କରାଯାଇ ବିଭାଗ ପକ୍ଷରୁ ଓସାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri