ଅକ୍ଟୋବର ୬ରେ ହେବ ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ଶାନ୍ତି ଶୃଙ୍ଖଳାର ସହ ପାଳନ ଉପରେ ଗୁରୁତ୍ୱ

ଭବାନୀପାଟଣା,୧୯।୯(ଡି.ଏନ.ଏ.) କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଓ ଦଶହରା ପୂଜା ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲାପାଳ ଡା. ଗାଭିଲ ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ, ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ସିଡିଏମ୍‌ଓ ଡା. ବନଲତା ଦେବୀ, ଉପଜିଲାପାଳ ଭବାନୀପାଟଣା ମିରର୍ଦ୍ଧା ଟପୋ, ଡେପୁଟି କଲେକ୍ଟର ସୁରେନ୍ଦ୍ର ନାଥ ତ୍ରିପାଠୀ, ଜିଲା ସଂସ୍କୃତି ଅଧିକାରୀ ତଥା ଡିଆଇପିଆରଓ ଅର୍ପିତା ବେହେରା, ଏସଡିପିଓ ରମେଶ ଚନ୍ଦ୍ର ସେଠୀ, ଟାଉନ ଥାନା ଆଇଆଇସି ବାସୁଦେବ ଛତ୍ରିଆଙ୍କ ସମେତ ସହରର ବିଭିନ୍ନ ବର୍ଗର ବୁଦ୍ଧିଜୀବୀ, ବିଭିନ୍ନ ଦୁର୍ଗାପୂଜା କମିଟି କର୍ମକର୍ତ୍ତା ପ୍ରମୁଖ ଯୋଗଦାନ କରି ଛତର ଯାତ୍ରା ଓ ଦୁର୍ଗା ପୂଜାକୁ ଶାନ୍ତି ଶୃଙ୍ଖଳାର ସହ ପାଳନ କରିବାକୁ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ। ଚଳିତବର୍ଷ ଛତରଯାତ୍ରା ଅକ୍ଟୋବର ୬ ତାରିଖରେ ଅନୁଷ୍ଠିତ ହେବା ପାଇଁ ରାଜ ପ୍ରସାଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥି ନିମନ୍ତେ ସହରର ଯେଉଁ ରାସ୍ତା ଦେଇ ଛତର ଯିବେ ବିଶେଷ କରି ଜେନାଖାଲରୁ ଭାଗିରଥି ହୋଟେଲ, ଭାଗିରଥି ହୋଟେଲରୁ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ରାସ୍ତାରେ ଖାଲୁଆ ସ୍ଥାନ ମରାମତି କରିବା ପାଇଁ ପୂର୍ତ୍ତ ବିଭାଗ, ଜାତୀୟ ରାଜପଥ ବିଭାଗ ଓ ପୌର ପରିଷଦକୁ ନିର୍ଦ୍ଦେଶ ଦିଆଯାଇଛି । ଯାତ୍ରା ସମୟରେ ଯାତ୍ରୀମାନଙ୍କ ପିଇବା ପାଣି ବ୍ୟବସ୍ଥା କରିବାକୁ ଜନସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ସହରର ବଦାନ୍ୟ ବ୍ୟକ୍ତିମାନଙ୍କୁ ମଧ୍ୟ ଅନୁରୋଧ କରାଯିବା ସକାଶେ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସହରରେ ସଫା ସୁତୁରା ପାଇଁ ପୌର ପରିଷଦକୁ ଦାୟିତ୍ୱ ଦିଆଯାଇଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଦୁଇ ଗୋଟି ଆମ୍ବୁଲାନ୍ସ ଗାଡି ଯୋଗାଇ ସହ ପୂର୍ବ ସନ୍ଧ୍ୟାରୁ ୨ଟି ଫାଷ୍ଟେଡ୍‌ ସେଣ୍ଟର ବ୍ୟବସ୍ଥା କରାଯିବା ସ୍ଥିର କରାଯାଇଛି । ଯାତ୍ରା ସମୟରେ ଶାନ୍ତି ଶୃଙ୍ଖଳା, ଗାଡିପାର୍କିଙ୍ଗ, ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ଜିଲା ପୋଲିସ ବିଭାଗକୁ ଦାୟିତ୍ୱ ଦିଆଯାଇଛି। ଏହି ପାର୍ବଣ ଉତ୍ସବ ସମୟରେ ବିଦ୍ୟୁତ୍‌ ସରବରାହ ବନ୍ଦ ନ କରାଯାଇ ଜନସାଧାରଣଙ୍କ ଦାବିକୁ ଜିଲାପାଳ ଗ୍ରହଣ କରି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ଦଶହରା ପୂର୍ବରୁ ୫ ଓ ୬ ତାରିଖ ଅବକାରୀ ବିଭାଗ ସମସ୍ତ ମଦ ଦୋକାନକୁ ବନ୍ଦ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ଛତର ଯାତ୍ରା ସମୟରେ ବଳିପ୍ରଥା ବନ୍ଦ କରିବାକୁ ଜନସାଧାରଣଙ୍କୁ ସଚେତନ କରିବା ସକାଶେ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରିବା ପାଇଁ ସ୍ଥିର କରାଯାଇଛି। ଦୁର୍ଗାପୂଜା ମେଢ ବସାଣି ପାଇଁ ଅତିରିକ୍ତ ଜିଲାପାଳ ଓ ଉପଜିଲାପାଳ ଭବାନୀପାଟଣା ଏକ ସ୍ବତନ୍ତ୍ର ବୈଠକ ଦୁର୍ଗାପୂଜା କମିଟି ଓ ସାଂସ୍କୃତିକ ଦଳ କର୍ମକର୍ତ୍ତାମାନଙ୍କୁ ପୁଣି ଏକ ବୈଠକ କରିବାକୁ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri