ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍‌ ଇଣ୍ଡିଆ ସ୍କିଲ୍‌ କମ୍ପିଟିଶନ୍‌ ଫର୍‌ କ୍ରାଫ୍ଟସମେନ୍‌)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ ଓଡ଼ିଆ ବିକାଶ ଚନ୍ଦ୍ର ନାୟକ ଏବଂ ସଦାଶିବ ସାମନ୍ତରାୟ ଏହି ଜାତୀୟସ୍ତରୀୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟକୁ ଗୌରବାନ୍ବିତ କରିଛନ୍ତି। ତାଳଚେରସ୍ଥିତ ସରକାରୀ ଆଇଟିଆଇରୁ ଫିଟର୍‌ ଟ୍ରେଡ୍‌ରେ ତାଲିମ ନେଉଥିବା ବିକାଶ ପ୍ରତିଯୋଗିତାରେ ସର୍ବଶ୍ରେଷ୍ଠ କୁଶଳୀ କାରିଗର ହେବାର ଗୌରବ ଅର୍ଜନ କରିଛନ୍ତି। ଏହାସହ ତାଳଚେର ସରକାରୀ ଆଇଟିଆଇକୁ ଫିଟର୍‌ ଟ୍ରେଡ୍‌ରେ ସର୍ବଶ୍ରେଷ୍ଠ ତାଲିମ୍‌ ଅନୁଷ୍ଠାନଭାବେ ମାନ୍ୟତା ଦିଆଯାଇଛି। ସେହିଭଳି ସଦାଶିବ ବାଲେଶ୍ୱରସ୍ଥିତ ସରକାରୀ ଆଇଟିଆଇରୁ ଟର୍ନର୍‌ ଟ୍ରେଡ୍‌ରେ ପ୍ରଶିକ୍ଷଣ ନେଇଛନ୍ତି। ବିଭାଗୀୟ ଶିକ୍ଷକଙ୍କର ତାଲିମ ଏବଂ ଉତ୍କୃଷ୍ଟ ଶିକ୍ଷାଦାନ ଯୋଗୁ ୨୦୧୮ରେ ସେ ସର୍ବଭାରତୀୟ ଟ୍ରେଡ୍‌ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଶିଳ୍ପ କୌଶଳ ପ୍ରତିଯୋଗିତାରେ ଆଗ୍ରହୀ ଥିବାରୁ ଆଇଟିଆଇ ଅଧ୍ୟକ୍ଷ ଇଂ କୃଷ୍ଣଚନ୍ଦ୍ର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବିଭାଗୀୟ ଶିକ୍ଷକମାନଙ୍କ ଦ୍ୱାରା ସଦାଶିବଙ୍କୁ ସ୍ବତନ୍ତ୍ର ଭାବେ ତାଲିମ ଦିଆଯାଇଥିଲା। ଫଳରେ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିବା ସହ ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତାରେ ସେ ଟର୍ନର ଟ୍ରେଡ୍‌ରେ ଶ୍ରେଷ୍ଠ କୁଶଳୀ କାରିଗର ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏହାସହ ବାଲେଶ୍ୱର ସରକାରୀ ଆଇଟିଆଇକୁ ଟର୍ନର ବିଭାଗରେ ଶ୍ରେଷ୍ଠ ତାଲିମ୍‌ ଅନୁଷ୍ଠାନ ଭାବେ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri