ଅଗଷ୍ଟରେ ଗୋଲ୍ଡ ଇଟିଏଫ୍‌ରେ ୧୪୫ କୋଟି ନିବେଶ

ନୂଆଦିଲ୍ଲୀ,୧୧-୯: ଗୋଲ୍ଡ ଇଟିଏଫ୍‌(ଏକ୍ସଚେଞ୍ଜ ଟ୍ରେଡେଡ୍‌ ଫଣ୍ଡ୍‌)ରେ ଅଗଷ୍ଟରେ ୧୪୫ କୋଟି ଟଙ୍କା ନିବେଶ କରାଯାଇଛି। ୯ମାସ ମଧ୍ୟରେ ପ୍ରଥମଥର ଗୋଲ୍ଡ ଇଟିଏଫ୍‌ରେ ସର୍ବାଧିକ ନିବେଶ ହୋଇଥିବା ଦେଖାଯାଇଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଇବା ଏବଂ ସୁନା ମୂଲ୍ୟ ବଢ଼ିବା କାରଣରୁ ଗୋଲ୍ଡ ଇଟିଏଫ୍‌ରେ ନିବେଶ ବୃଦ୍ଧି ପାଇଛି ବୋଲି ବିଶେଷଜ୍ଞମାନେ ମତପ୍ରକାଶ କରିଛନ୍ତି। ସେମାନଙ୍କ ମତରେ ନିବେଶକ ଏହାକୁ ସୁରକ୍ଷିତ ନିବେଶ ବୋଲି ମନେକରୁଛନ୍ତି। ସୂଚନାଥାଉ କି, ୨୦୧୨ ଡିସେମ୍ବର ପରେ ଏଥିରେ ସର୍ବାଧିକ ନିବେଶ ହୋଇଛି। ସେହିବର୍ଷ ଇଟିଏଫ୍‌ରେ ୪୭୪ କୋଟି ଟଙ୍କା ନିବେଶ ହୋଇଥିଲା। ଏଥିରେ ମାସିକ ଏବଂ ବାର୍ଷିକ ଆଧାରରେ ବୃଦ୍ଧି ପରିଲକ୍ଷିତ ହୋଇଛି। ପ୍ରାପ୍ତ ସୂଚନାନୁଯାୟୀ, ଜୁଲାଇରେ ଗୋଲ୍ଡ ଇଟିଏଫରୁ ୧୭.୬୬ କୋଟି ଟଙ୍କା କାଢ଼ି ନିଆଯାଇଛି। ସେହିପରି ଗତବର୍ଷ ଅଗଷ୍ଟରେ ୪୫ କୋଟି ଟଙ୍କା କାଢ଼ିନିଆଯାଇଥିଲା। ଆସୋସିଏଶନ ଅଫ୍‌ ମ୍ୟୁଚୁଆଲ ଫଣ୍ଡସ ଇନ୍‌ ଇଣ୍ଡିଆର ସଦ୍ୟତମ ତଥ୍ୟ ଅନୁଯାୟୀ, ଗତ ମାସରେ ଗୋଲ୍ଡ ଇଟିଏଫ୍‌ରେ ୧୪୫.୨୯ କୋଟି ଟଙ୍କା ନିବେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri