ଅଗଷ୍ଟ ୧ରୁ କଲେଜ ପାଠପଢ଼ା

ନୂଆଦିଲ୍ଲୀ,୩୦ା୪: ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ୨୦୨୦-୨୧ ଶିକ୍ଷାବର୍ଷ ଲାଗି ବୁଧବାର ନୂଆ ଗାଇଡ୍‌ଲାଇନ ଜାରି କରିଛି। ଏହି ଗାଇଡ୍‌ଲାଇନ ଅନୁଯାୟୀ ପୁରୁଣା ଛାତ୍ରୀଛାତ୍ରଙ୍କ ପାଠପଢ଼ା ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବାବେଳେ ନୂଆ ପିଲାଙ୍କ ପାଇଁ ଶିକ୍ଷାଦାନ ସେପ୍ଟେମ୍ବର ୧ରୁ ଆରମ୍ଭ ହେବ। ନୂତନ ଶିକ୍ଷାବର୍ଷ ଲାଗି କଲେଜ ଓ ବିଶ୍ୱବି୍ୟାଳୟରେ ନାମଲେଖା ଅଗଷ୍ଟ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। କରୋନା ସଂକ୍ରମଣ ଯୋଗୁ ଅଟକି ରହିଥିବା ପରୀକ୍ଷା ଜୁଲାଇ ଓ ଅଗଷ୍ଟ ମାସରେ କରିବାକୁ କୁହାଯାଇଛି।
ସେହିପରି କମ୍‌ ସମୟ ମଧ୍ୟରେ ପରୀକ୍ଷା ସାରିବା ପାଇଁ ବିଶ୍ୱବିଦ୍ୟାଳୟ ଚାହିଁଲେ ବିକଳ୍ପ ତଥା ସରଳ ପଦ୍ଧତି ଆପଣାଇପାରିବେ। ଏଥିପାଇଁ ପରୀକ୍ଷା ସମୟ ୩ ଘଣ୍ଟାରୁ ୨ ଘଣ୍ଟାକୁ କମାଯାଇପାରିବ। ଏଥିସହିତ ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ପରୀକ୍ଷାରେ କୋହଳ କରାଯିବ। ଏହି ଗାଇଡ୍‌ଲାଇନ ବିଶ୍ୱବିଦ୍ୟାଳୟ ପାଇଁ ପ୍ରସ୍ତାବ ସ୍ବରୂପ। ସେମାନେ ଆବଶ୍ୟକତା ଓ ପରିସ୍ଥିତିକୁ ଲକ୍ଷ୍ୟ କରି ବ୍ୟବସ୍ଥା ଗ୍ରହଣ କରିବାକୁ ୟୁଜିସି ପକ୍ଷରୁ ପରାମର୍ଶ ଦିଆଯାଇଛି। ଦୁଇଟି ବିଶେଷଜ୍ଞ କମିଟିର ସୁପାରିସ ଆଧାରରେ ଏହି ଗାଇଡ୍‌ଲାଇନ ଜାରି ହୋଇଛି। ୬ ଦିନିଆ ସପ୍ତାହ ଢାଞ୍ଚା ଆପଣାଇବା ସହ ଅନଲାଇନ ଶିକ୍ଷା ଓ ଭିଡିଓ କନ୍‌ଫରେନ୍ସିଂ ସୁବିଧା ଉପଲବ୍ଧ କରାଇବାକୁ ବିଶ୍ୱବିଦ୍ୟାଳୟକୁ ପରାମର୍ଶ ଦିଆଯାଇଛି। ସମସ୍ତ ଶିକ୍ଷକଙ୍କୁ ଟେକ୍‌ନୋଲୋଜି ବ୍ୟବହାର ସମ୍ପର୍କରେ ପ୍ରଶିକ୍ଷଣ ଦିଆଯିବ। ଫଳରେ ସେମାନେ ପାଠ୍ୟକ୍ରମର ୨୫ ପ୍ରତିଶତ ଅନ୍‌ଲାଇନରେ ଶିକ୍ଷା ଦେଇପାରିବେ। ବର୍ତ୍ତମାନର ସ୍ଥିତି ଓ ଭବିଷ୍ୟତର ଅନିଶ୍ଚିତତାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକୁ ଗାଇଡ୍‌ଲାଇନରେ ପରିବର୍ତ୍ତନ, ସଂଶୋଧନ କରିବା ଲାଗି ଅନୁମତି ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri