Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ

ଶ୍ରୀନଗର,୩ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର ଓ ଗୁରୁବାର ୨୮ ହଜାର କେନ୍ଦ୍ରୀୟ ଯବାନଙ୍କୁ କଶ୍ମୀରକୁ ପଠାଇଛନ୍ତି। ଆଭ୍ୟନ୍ତରୀଣ ନିରାପତ୍ତା ଆବଶ୍ୟକତା ପୂରଣ ପାଇଁ ଏପରି ପଦକ୍ଷେପ ନିଆଯାଇଛି ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ହେଲେ ସମ୍ବିଧାନର ଅନୁଚ୍ଛେଦ ୩୫ଏକୁ ଉଚ୍ଛେଦ ପାଇଁ ଏପରି କରାଯାଉଥିବା ଉପତ୍ୟକାବାସୀ ସନ୍ଦେହ କରୁଛନ୍ତି। ଆସନ୍ତା ୧୫ ତାରିଖ ପୂର୍ବରୁ ଏନେଇ କିଛି ବଡ଼ ନିଷ୍ପତ୍ତି ନିଆଯାଇପାରେ। ସେହିପରି ଜମ୍ମୁ-କଶ୍ମୀରକୁ ତିନିଭାଗରେ ବିଭକ୍ତ କରି ଜମ୍ମୁ, ଉପତ୍ୟକା ଓ ଲଦାଖ ନାମରେ ୩ଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରାଯାଇପାରେ ବୋଲି କୁହାଯାଉଛି। ସେଠାରେ ଏତେସଂଖ୍ୟକ ସୁରକ୍ଷା ବଳଙ୍କ ଉପସ୍ଥିତି ସ୍ଥାନୀୟ ଲୋକଙ୍କ ଦୈନନ୍ଦିନ ଜୀବନକୁ ପ୍ରଭାବିତ କରିଛି। ଏବେ ସାଧାରଣ କଶ୍ମୀରୀଙ୍କ ପ୍ରାଥମିକତା ହେଉଛି ଔଷଧ, ତେଲ, ଲୁଣ, ଚା ଓ ପନିପରିବା। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସଜାଗ ରହିବା ପାଇଁ ସୁରକ୍ଷା ବଳକୁ ନିର୍ଦ୍ଦେଶ ଦିଆଯାଇଥିବାରୁ କେତେବେଳେ କ’ଣ ଘଟିବ ନେଇ ଉପତ୍ୟକାବାସୀ ଦ୍ୱନ୍ଦ୍ୱରେ ରହିଥିବାବେଳେ ଗୁଜବକୁ ବିଶ୍ୱାସ ନ କରିବା ପାଇଁ ରାଜ୍ୟପାଳ ସତ୍ୟପାଲ ମଲିକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ହାତକୁ ଦି’ ହାତ ହେଲେ ଅଂଶୁଲା: ଝୁମିଲେ ୨ ଭଉଣୀ

ପ୍ରଯୋଜକ ବୋନି କପୁର ତଥା ବଲିଉଡ ଅଭିନେତା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଲା କପୁର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ମୁମ୍ବାଇର ତାଜ ହୋଟେଲରେ ତାଙ୍କ…

MS Dhoni Net Worth: କୋଟି କୋଟି ଟଙ୍କା ରୋଜଗାର, ହେଲେ କ୍ରିକେଟ ବ୍ୟତୀତ ଧୋନୀଙ୍କ ଆଉ କ’ଣ ରହିଛି ରୋଜଗାର? ଜାଣନ୍ତୁ…

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଜୁଲାଇ ୭ରେ ୪୫ ବର୍ଷ ବୟସରେ ପାଦ ଥାପିଛନ୍ତି। ‘କ୍ୟାପ୍ଟେନ କୁଲ’ ଭାବରେ ଜଣାଶୁଣା – କ୍ରିକେଟ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri