Posted inଜାତୀୟ

ଅଗଷ୍ଟ ୩୧ ପୂର୍ବରୁ ବିଚାର ଶେଷ ନିର୍ଦ୍ଦେଶ

ନୂଆଦିଲ୍ଲୀ,୯ା୫(ପି.ଟି.): ବାବ୍ରୀ ମସ୍‌ଜିଦ ଭଙ୍ଗା ମାମଲାରେ ବରିଷ୍ଠ ଭାଜପା ନେତା ଲାଲ୍‌କୃଷ୍ଣ ଆଡଭାନୀ, ମୁରଲୀ ମନୋହର ଜୋଷୀ, ଉମା ଭାରତୀ ଓ ଅନ୍ୟମାନଙ୍କ ବିରୋଧରେ ବିଚାର ଅଗଷ୍ଟ ୩୧ ସୁଦ୍ଧା ଶେଷ କରି ରାୟ ପ୍ରଦାନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ସ୍ବତନ୍ତ୍ର ସିବିଆଇ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୯ ମାସ ମଧ୍ୟରେ ଅର୍ଥାତ୍‌ ଏପ୍ରିଲ ଶେଷ ସୁଦ୍ଧା ରାୟ ପ୍ରଦାନ ଲାଗି ଗତବର୍ଷ ଜୁଲାଇରେ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଥିଲେ। କରୋନା ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ ରହିଥିବାରୁ ଏହି ସମୟସୀମା ବୃଦ୍ଧି ଲାଗି ସିବିଆଇ ବିଚାରପତି ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଅଗଷ୍ଟ ୩୧ ପରେ ସମୟସୀମା ଆଉ ବଢ଼ାଯାଇପାରିବ ନାହିଁ। ତେଣୁ ଭିଡିଓ କନ୍‌ଫରେନ୍ସ ସୁବିଧାର ଉପଯୋଗ କରିବାକୁ ସର୍ବୋଚ୍ଚ ଅଦାଲତ ସିବିଆଇ କୋର୍ଟକୁ କହିଛନ୍ତି।
ଏହି ମାମଲାରେ ଅନ୍ୟ ଅଭିଯୁକ୍ତଙ୍କ ମଧ୍ୟରେ ଅଛନ୍ତି ପୂର୍ବତନ ଭାଜପା ଏମ୍‌ପି ବିନୟ କଟିଆର ଓ ସାଧ୍ୱୀ ଋତମ୍ଭରା। ଅନ୍ୟ ୩ ପ୍ରମୁଖ ଅଭିଯୁକ୍ତ ଗିରିରାଜ କିଶୋର, ବିଶ୍ୱହିନ୍ଦୁ ପରିଷଦ ନେତା ଅଶୋକ ସିଂଘଲ ଏବଂ ବିଷ୍ଣୁହରି ଡାଲମିଆଙ୍କର ପରଲୋକ ହୋଇଗଲାଣି। ଅଭିଯୁକ୍ତମାନଙ୍କ ବିରୋଧରେ ୨୦୧୭ ଏପ୍ରିଲ ୧୯ରେ ଚାର୍ଜଫ୍ରେମ୍‌ ହୋଇଥିଲା ଏବଂ ଦୁଇବର୍ଷ ମଧ୍ୟରେ ବିଚାର ଶେଷ କରିବାକୁ ସର୍ବୋଚ୍ଚ ଅଦାଲତ ସମୟସୀମା ଧାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri