ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ବଇଣ୍ଡା,୨୮।୫(ଡି.ଏନ.ଏ.)- କିଶୋରନଗର କଲେଜ ନିକଟରେ ମହେଶ୍ୱର ସାହୁଙ୍କର ଚାଳ ଛପର ଦୋକାନଟି ମଙ୍ଗଳବାର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ଅଞ୍ଚଳବାସୀ କହିଛନ୍ତି।

ଘଟଣାରୁ ଜଣାପଡ଼ିଛି, ବଡ଼ି ଭୋରରୁ ହଠାତ୍‌ ତାଙ୍କ ଦୋକାନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା। ଏହି ଅଗ୍ନିକାଣ୍ଡରେ ସମ୍ପୂର୍ଣ୍ଣ ଦୋକାନ ଘର ସହ ଆସବାବପତ୍ର ଜଳିଯାଇଛି। ଖବରପାଇ ବାମୁର ଅଗ୍ନିଶମ ବିଭାଗ କର୍ମଚାରୀ ଓ ସ୍ଥାନୀୟ ଅଞ୍ଚଳବାସୀ ନିଆଁକୁ ଆୟତ୍ତ କରିଥିଲେ। ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?