ଅଗ୍ନିକାଣ୍ଡରେ ଜଳିଗଲା ୮ ବଖରା : ନବବଧୂ ଜୀବନ୍ତ ଦଗ୍ଧ

ଭଦ୍ରକ ଅଫିସ୧୩।୫: ଭଦ୍ରକ ସହର ଉପକଣ୍ଠ ଉଗାଳପୁର ମାଝିସାହିରେ ରବିବାର ମଧ୍ୟାହ୍ନରେ ଭୟାଭୟ ଅଗ୍ନିକାଣ୍ଡ ଘଟି ପଙ୍କଜିନୀ ଟୁଡୁ (୨୨) ନାମ୍ନୀ ଜଣେ ନବବଧୂ ଜୀବନ୍ତଦଗ୍ଧ ହୋଇଛନ୍ତି। ୧୮ ଦିନ ପୂର୍ବେ ତାଙ୍କର ବିବାହ ହୋଇଥିଲା। ଘରେ ନିଆଁ ଲାଗିଯିବା ପରେ ସ୍ଥାନୀୟ ଲୋକେ ଧାଇଁ ଆସି ବିଭିନ୍ନ ଉପକରଣ ଘରୁ କାଢୁୁଥିଲେ। ସେତେବେଳେ ଜଳୁଥିବା ଚାଳଛପରର ଏକ ଅଂଶ  ପଙ୍କଜିନୀଙ୍କ ଉପରେ ପଡ଼ିଯାଇଥିଲା। ନିଆଁର ତାପ ଏତେ ପ୍ରଖର ଥିଲା ଯେ ତାଙ୍କୁ ଉଦ୍ଧାର କରିବା କାହା ପକ୍ଷେ ସମ୍ଭବ ହୋଇ ନ ଥିଲା। ଫଳରେ ସେ ନିଆଁରେ ସମ୍ପୂର୍ଣ୍ଣ ଜଳି ଯାଇଥିଲେ। ଏଭଳି ଦୁଃଖଦ ଘଟଣା ଗ୍ରାମ ଓ ଅଞ୍ଚଳବାସୀଙ୍କୁ ଶୋକାକୁଳ କରିଛି। ଭଦ୍ରକ ଗ୍ରାମାଞ୍ଚଳ ଥାନା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇବା ପରେ  ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଭଦ୍ରକ ତହସିଲଦାର ପ୍ରଦୀପ ସାହୁ ଘଟଣାସ୍ଥଳ ପରିଦର୍ଶନ କରି ଫେରିଛନ୍ତି। ଅଗ୍ନିକାଣ୍ଡର କାରଣ ଠିକ୍‌ ଭାବେ ଜଣା ପଡ଼ି ନ ଥିଲେ ମଧ୍ୟ ଶର୍ଟ ସର୍କିଟ୍‌ ଯୋଗୁ  ଘଟିିଥିବା ଅନୁମାନ କରାଯାଉଛି। ଏଥିରେ ୩ ପରିବାରର ୮ ବଖରା ଜଳି ପାଉଁଶ ହୋଇଯାଇଛି। ଘଟଣା ସ୍ଥଳରେ ଭଦ୍ରକ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପଙ୍କଜିନୀଙ୍କ ବାପଘର ମାର୍କୋଣା ନିକଟସ୍ଥ ନୂଆସାହିରେ। ଗତ ଏପ୍ରିଲ ୨୪ ତାରିଖରେ ସେ ଉଗାଳପୁରର ଦୁର୍ଗାଚରଣ ଟୁଡୁଙ୍କୁ ବିବାହ କରିଥିଲେ। ପାଦରୁ ଅଳତା ଓ ହାତରୁ ମେହେନ୍ଦୀ ଲିଭି ନ ଥିବା ବେଳେ ରବିବାର ଘଟିଥିବା  ଅଗ୍ନିକାଣ୍ଡରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri