ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ଅଞ୍ଚଳବାସୀ

ବ୍ରହ୍ମପୁର ଅଫିସ,୨୨ା୪-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସହରର ବିଭିନ୍ନ ଅଞ୍ଚଳରେ ବିଶୋଧନ ପ୍ରକ୍ରିୟା ଜାରି ରହିଛି। ବୁଧବାର ଆମ୍ବପୁଆ ଅଞ୍ଚଳରେ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ବେଳେ ଅଞ୍ଚଳବାସୀ ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ା କରୋନା ଭଳି ଭୟଙ୍କର ମହାମାରୀ କବଳରୁ ସହରବାସୀଙ୍କୁ ରକ୍ଷା କରିବାକୁ ଅଗ୍ନିଶମ ବିଭାଗ ପକ୍ଷରୁ କରାଯାଉଥିବା ବିଶୋଧନ ପ୍ରକ୍ରିୟାକୁ ଅଞ୍ଚଳବାସୀ ପ୍ରଶଂସା କରିବା ସହ ଆମ୍ବପୁଆ ଅଞ୍ଚଳରେ ବିଶୋଧନ ପାଇଁ ପହଞ୍ଚିଥିବା ବ୍ରହ୍ମପୁର ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ରଙ୍କ ସମେତ ସମସ୍ତ ଅଗ୍ନିଶମ କର୍ମଚାରୀଙ୍କୁ ଅଞ୍ଚଳବାସୀ ଫୁଲ, ଚନ୍ଦନ ଦେଇ ସମ୍ବର୍ଦ୍ଧିତ କରିଥିଲେ ା ବର୍ତ୍ତମାନ ସୁଦ୍ଧା ଅଗ୍ନିଶମ ବିଭାଗ ଦ୍ୱାରା ବ୍ରହ୍ମପୁର ଏମ୍‌କେସିଜି, ସିଟି ହସ୍ପିଟାଲ ସମେତ ଷ୍ଟେଟବ୍ୟାଙ୍କ, ଭେଣ୍ଡିଂଜୋନ, ଏଲଆଇସି, ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ବିଶୋଧନ କରାଯାଇଥିବା ବେଳେ ବୁଧବାର ଆମ୍ବପୁଆ ଛକ ଓ ଭେଣ୍ଡିଂଜୋନ୍‌, ବଜାର ଅଞ୍ଚଳ ସମେତ ଆଇସିଆଇସିଆଇ ବ୍ୟାଙ୍କ କାର୍ଯ୍ୟାଳୟ, ସମାଜ ଅଫିସ, କାନାଡା ବ୍ୟାଙ୍କ, ବ୍ରହ୍ମାନଗର ଏସ୍‌ବିଆଇ ଲାଇଫ୍‌ ଇନ୍‌ସ୍ୟୁରାନ୍ସ ଅଫିସକୁ ସୋଡିୟମ୍‌ ହାଇପୋକ୍ଲୋରାଇଡ ସଲ୍ୟୁସନ୍‌ ଦ୍ୱାରା ବିଶୋଧିତ କରାଯାଇଛି ା ଏବେ ସୁଦ୍ଧା ସହରରେ ୧ ଲକ୍ଷ ୨୦ ହଜାର ଲିଟର ସୋଡିୟମ ହାଇପୋକ୍ଲୋରାଇଡ୍‌ ସଲ୍ୟୁଶନ ବିଶୋଧନ ପାଇଁ ପ୍ରୟୋଗ କରାଯାଇଥିବା ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri