Posted inଜାତୀୟ

ଅଘୋଷିତ ଡ୍ରୋନ୍‌ ଉଡ଼ାଇଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧ା୨: ଦେଶର ୨୦,୦୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ବ୍ୟବହାରକାରୀ ସରକାରଙ୍କ ନିକଟରେ ପଞ୍ଜୀକୃତ ହୋଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ପୋର୍ଟାଲରେ ପ୍ରାୟ ୧୫ ଦିନ ଧରି ଚାଲିଥିବା ଏହି ପଞ୍ଜୀକରଣ କାର୍ଯ୍ୟ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଏଣିକି ଓ୍ବାନ୍‌ ଟାଇମ୍‌ ଭୋଲ୍ୟୁଣ୍ଟାରି ଡିସ୍‌କୋର୍ସ ସ୍କିମ୍‌ରେ ପଞ୍ଜୀକୃତ ହୋଇ ନ ଥିବା ଡ୍ରୋନ୍‌କୁ କେହି ଉଡ଼ାଇଲେ ତାଙ୍କ ବିରୋଧରେ କର୍ଯ୍ୟାନୁଷ୍ଠାନ ନିଆଯିବ। ସମ୍ପୃକ୍ତ ବ୍ୟବହାରକାରୀଙ୍କୁ ଜେଲ୍‌ କିମ୍ବା ଜରିମାନା ଅଥବା ଉଭୟ ଦଣ୍ଡ ମିଳିପାରେ ବୋଲି ମନ୍ତ୍ରଣାଳୟର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ଅଧିକାରୀ ଜଣକ କହିଛନ୍ତି, ଜାନୁୟାରୀ ୧୪ରୁ ୩୧ ମଧ୍ୟରେ ପ୍ରାୟ ୧୦ ହଜାର ୟୁଜର୍ସ ପଞ୍ଜୀକରଣ କରିବେ ବୋଲି ଆମେ ଆଶା କରିଥିଲୁ। କିନ୍ତୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୧୫,୫୫୩ ବ୍ୟକ୍ତି ସେମାନଙ୍କ ୨୦,୫୩୧ ଡ୍ରୋନ୍‌ର ପଞ୍ଜୀକରଣ କରାଇଛନ୍ତି। ସୁରକ୍ଷାଗତ କାରଣରୁ ଡ୍ରୋନ୍‌ ବ୍ୟବହାରକାରୀଙ୍କୁ ନେଇ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ ଏପରି ପଦକ୍ଷେପ ନିଆଯାଇଛି।
ପ୍ରକାଶ ଯେ, ୨୦୧୮ ଅଗଷ୍ଟରେ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ପକ୍ଷରୁ ଡ୍ରୋନ୍‌ ଉଡ଼ାଣ ନେଇ କେତେକ ନିୟମାବଳୀ ଜାରି କରାଯାଇଥିଲା। ଭାରତୀୟ ବାୟୁସୀମାରେ ଉଡ଼ାଣ କରୁଥିବା ଡ୍ରୋନ୍‌ଗୁଡ଼ିକ ଲାଗି ୟୁନିକ୍‌ ଆଇଡେଣ୍ଟିଫିକେଶନ ନମ୍ବର (ୟୁଆଇଏନ୍‌), ଅନ୍‌ମ୍ୟାନଡ ଏୟାରକ୍ରାଫ୍ଟ ଅପରେଟର ପରମିଟ୍‌ (ୟୁଏଓପି) ଓ ଅନ୍ୟ ଆବଶ୍ୟକ ପ୍ରମାଣପତ୍ର ହାସଲ ପାଇଁ ନିର୍ଦ୍ଦେଶ ରହିଥିଲା। ଅଣପଞ୍ଜୀକୃତ ଡ୍ରୋନ୍‌ ବ୍ୟବହାରକାରୀଙ୍କୁ ୬ ମାସ ପର୍ଯ୍ୟନ୍ତ ଜେଲ୍‌ ଓ ୧ ହଜାର ଟଙ୍କା ଜରିମାନା ଦେବା ପାଇଁ ଏଥିରେ ବ୍ୟବସ୍ଥା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri