ଅଘୋଷିତ ବିଦ୍ୟୁତକାଟ: ପ୍ରତିବାଦରେ ସେସୁ କାର୍ଯ୍ୟାଳୟ ଘେରାଉ

ବଇଣ୍ଡା,୩୧।୭(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ବିଦ୍ୟୁତ୍‌ ସବୁଷ୍ଟେଶନ ଅଧୀନରେ ଥିବା ଧଉରାପାଲି, ଜଏରାଟ, ସଞ୍ଜାମୁରା, ହିମିତିରା, ଆମ୍ବପାଳ, ଅଙ୍ଗପଡ଼ା, ଉରୁକୁଳା, ଧଉରପାଳ ଆଦି ପଞ୍ଚାୟତରେ ଅଘୋଷିତ ବିଦ୍ୟୁତକାଟ ହେଉଛି। ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଅଞ୍ଚଳବାସୀ ବହୁବାର ବିଦ୍ୟୁତ ବିଭାଗର ଉଚ୍ଚ ପଦାଧିକାରୀଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିଲା। ଏହାର ପ୍ରତିବାଦରେ ବୁଧବାର କିଶୋରନଗର ଏସୟୁସିଆଇ(କମ୍ୟୁନିଷ୍ଟ) ପକ୍ଷରୁ ଧଉରାପାଲିଠାରେ ଥିବା ସେସୁ ବିଭାଗର ବିଦ୍ୟୁତ୍‌ ସବ ଷ୍ଟେଶନକୁ ଘେରାଉ କରାଯାଇଥିଲା। ଧଉରାପାଲି ଗ୍ରାମରୁ ଏକ ଶୋଭାଯାତ୍ରାରେ ଏସୟୁସିଆଇର ସଦସ୍ୟମାନେ ବାହାରି ସବଷ୍ଟେଶନ ପରିସରକୁ ଆସି ଘେରାଉ କରିଥିଲେ। ପରେ ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। କମ୍ୟୁନିଷ୍ଟର ତୀର୍ଥବାସୀ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିବାଦ ସଭାରେ ପୂର୍ବତନ ସରପଞ୍ଚ ରମଣୀରଞ୍ଜନ ପ୍ରଧାନ, ଜୀବନଜୀବିକା ଓ ଜମି ସୁରକ୍ଷା କମିଟି ସଭାପତି ଦିନବନ୍ଧୁ ପ୍ରଧାନ, ଲକ୍ଷ୍ମଣ ବେହେରା, ପିତାମ୍ବର ପ୍ରଧାନ, ରବିନ୍ଦ୍ର ସାହୁ, ବିଜୟ ରଥ, ଚେରୁ ପ୍ରଧାନ, ସରୋଜ ନାୟକ ପ୍ରମୁଖ ଯୋଗ ଦେଇଥିଲେ।
ଏସୟୁସିଆଇ ପକ୍ଷରୁ କୁହାଯାଇଛି, ଏହି ଅଞ୍ଚଳରେ କୌଣସି କାମ ନ ଥାଇ ବାରମ୍ବାର ବିଦ୍ୟୁତକାଟ କରାଯାଉଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ କାଟ ଯୋଗୁ ସା ସମୟରେ ଲୋ ଭୋଲଟେଜ ସମସ୍ୟା ଦେଖାଦେଉଛି। ଏଥିଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢାରେ ବ୍ୟାହତ ସୃଷ୍ଟି ହେଉଛି। ସେହିପରି ଏନ୍‌ଜେନ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ ଲୋକଙ୍କୁ ଠିକ ଭାବେ ସେବା ମିଳିପାରୁ ନାହିଁି। ସାମାନ୍ୟ ବର୍ଷା ହେଲେ ବିଦ୍ୟୁତ ବିଚ୍ଛିନ୍ନ କରି ଦିଆଯାଉଛି। ତୁରନ୍ତ ବିଦ୍ୟୁତ୍‌ କାଟ କରା ନ ଗଲେ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏ ନେଇ ଏକ ୪ ଦଫା ସମ୍ବଳିତ ଦାବିପତ୍ର ବାମୁର କନିଷ୍ଠ ଯନ୍ତ୍ରୀ ଲିଙ୍ଗରାଜ ବେହେରାଙ୍କ ଜରିଆରେ ସେସୁ ନିର୍ବାହୀ ଯନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ଶାନ୍ତିଶୃଙ୍ଖଳା ପାଇଁ କିଶୋରନଗର ଆଇଆଇସି ପ୍ରତିଭା ମାଝିଙ୍କ ସମେତ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ଏ ନେଇ କନିଷ୍ଠ ଯନ୍ତ୍ରୀ ବେହେରା କହିଛନ୍ତି, ରାତିରେ ବିଦ୍ୟୁତ ତାରେ କିଛି ଅସୁବିଧା ହେଲେ କର୍ମଚାରୀ ନ ଥିବା ଯୋଗୁ କାମ କରି ହେଉ ନାହିଁ। ସେଥିପାଇଁ ବିଦ୍ୟୁତ ବିଭ୍ରାଟ ଲାଗିଛି। ତୁରନ୍ତ ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri