ଅଙ୍ଗଦାନ କରିଥିବା ବିପିନଙ୍କ ପରିବାରକୁ ସମ୍ବର୍ଦ୍ଧନା

ଭଞ୍ଜନଗର,୧୯।୩(ଡି.ଏନ.ଏ)  ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ଭାଟପଡ଼ା ଗ୍ରାମର ବିପିନ ପ୍ରଧାନଙ୍କ ବ୍ରେନ୍‌ ଡେଡ୍‌ ଘୋଷିତ ହେବାପରେ ତାଙ୍କ ଶରୀରର ୬ଟି ଅଙ୍ଗକୁ ପରିବାର ଲୋକେ ସୁରଟରେ ଏକ ମେଡ଼ିକାଲକୁ ଗତ ୧୫ ତାରିଖରେ ଦାନ କରିଥିଲେ। ଏହିଭଳି ମହାନ ପଦକ୍ଷେପ ପାଇଁ ସୁରଟର ଏକ ଅନୁଷ୍ଠାନ ପକ୍ଷରୁ ବିପିନଙ୍କ ପରିବାରକୁ ଗତ ୧୬ ତାରିଖରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମୟରେ ପ୍ରବାସି ଓଡ଼ିଆ ସମାଜ ଟ୍ରଷ୍ଟର ପ୍ରମୁଖ ପ୍ରଦୀପ ସାହୁ, ଉପ ପ୍ରମୁଖ ବିମ୍ବାଧର ସମୁଦ୍ର, ସାମାଜିକକର୍ମୀ ମନୁ ମହାପାତ୍ର, ଟ୍ରଷ୍ଟି ରୁନା ଭାଇ, ଜୟରାମ ଭାଇ, କମଳ ଭାଇ, ସରକାରୀ ମଧ୍ୟସ୍ଥି ନିଲେଶ ଭାଇ ପ୍ରମୁଖ ଉପସ୍ଥିତ ଥିଲେ। ସେହିଭଳି ସୁରଟାର ୨୭ ଘରୋଇ ଓଡ଼ିଆ ଶିକ୍ଷାନୁଷ୍ଠାନରେ ପାଠ ପଢ଼ୁଥିବା ୧୨ ହଜାର ଛାତ୍ରୀଛାତ୍ରଙ୍କୁ ଚଳିତ ଆର୍ଥୀକ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ମାଗଣା ପୁସ୍ତକ ଯୋଗାଇ ଦେବା ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୪ ହଜାର ପୁସ୍ତକ ସୋମବାର ରାତିରେ ସୁରଟରେ ପହଁଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri