ଠାକୁରମୁଣ୍ଡା,୧୯ା୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ବାଉଁଶଡିହା ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ଶନିବାର ସକାଳେ ଜଣେ ଯୁବକଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଅଙ୍ଗନଓ୍ବାଡି କର୍ମୀଙ୍କ ଲିଖିତ ଅଭିଯୋଗକୁ ଭିତ୍ତି କରି ଠାକୁରମୁଣ୍ଡା ଥାନା ପୋଲିସ ଏକ ମାମଲା(ନଂ.୪୬/୨୦୨୦) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ପୋଲିସ ସିଆରପିସି ୪୧ ଧାରାରେ ନୋଟିସ ଦେଇ ଅଭିଯୁକ୍ତଙ୍କୁ ଛାଡ଼ିି ଦେଇଛି।
ସୂଚନା ଅନୁଯାୟୀ, ଅଙ୍ଗନଓ୍ବାଡି କର୍ମୀ ଜଣକ ଘରକୁ ଘର ବୁଲି କରୋନା ପାଇଁ ସଚେତନ କରିବା ସହିତ ବାହାରୁ କେହି ଲୋକ ଗାଁକୁ ଆସିଲେ କ୍ୱାରାଣ୍ଟାଇନରେ ରହିବା ପାଇଁ ପରାମର୍ଶ ଦେଉଥିଲେ। ୧୭ ତାରିଖ ସେ ଗ୍ରାମର ଜଣଙ୍କ ଘରକୁ ଯାଇ ନୂଆ ଲୋକ କେହି ଆସିଥିବା ବିଷୟରେ ଆଲୋଚନା କରିବାରୁ ସେହି ଘରର ଜଣେ ମହିଳା ତାଙ୍କୁ ଧମକଚମକ ଦେଇଥିଲେ l ପରଦିନ ସେହି ଗ୍ରାମର କଟୁ ଟଙ୍ଗଣିଆ ନାମକ ଜଣେ ଯୁବକ ଅଚାନକ ସକାଳ ୭ଟା ବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ଘରକୁ ଆସି ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସେ ଆହତ ହୋଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଡାକ୍ତରଖାନା ଆସି ଚିକିତ୍ସିତ ହେବା ସହ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ। ବିଡ଼ିଓ, ସିଡିପିଓଙ୍କ ପରାମର୍ଶ କ୍ରମେ ଅଙ୍ଗନଓ୍ବାଡି କର୍ମୀ ଥାନାରେ ଏତଲା ଦେଇଥିଲେ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ
ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...
୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା
ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...
ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…
ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...
ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ
କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...
ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...
ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…
କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...
ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…
ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...
ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…
ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...
Archives


