ଅଙ୍ଗନଓ୍ବାଡି କେନ୍ଦ୍ର ରୋଷେଇଘରୁ ମୃତଦେହ ମିଳିବା ଘଟଣା: ପୋଲିସ-ଜନତା ମୁହାଁମୁହିଁ

ଚିତ୍ରକୋଣ୍ଡା, ୧୬।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡାର ସ୍ବାଭିମାନ ଅଞ୍ଚଳରେ ପାପରମେଟଲା ପଞ୍ଚାୟତ ଯନ୍ତାପାଇ ଗାଁମୁଣ୍ଡରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ରୋଷେଇ ଘରୁ ରାଜୁ ହାନ୍ତାଳ ନାମକ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସୋମବାର ମଧ୍ୟ ଉତ୍ତେଜନା ଲାଗିରହିଛି। ପୋଲିସ-ଜନତା ମୁହାଁମୁହିଁ ହୋଇଛନ୍ତି। ଫଳରେ ଘଟଣାସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।
ପ୍ରକାଶ ଯେ, ଗତ ଶୁକ୍ରବାର ରାଜୁ ଦୁଇ ଝିଅଙ୍କସହ ଜନ୍ତାପାଇଠାରେ ହେଉଥିବା ସପ୍ତାହିକ ହାଟକୁ ଔଷଧ ଓ ରାସନ କିଣିବାକୁ ଯାଇଥିଲେ। ସେଠାରେ ସାଦା ପୋଷାକ ପିନ୍ଧିଥିବା ବିଏସ୍‌ଏଫ୍‌ ଯବାନମାନେ ରାଜୁଙ୍କୁ ଡାକି ନେଇଥିବା ତାଙ୍କ ଝିଅ କହିଥିଲେ। ତା’ ପରଠାରୁ ରାଜୁ ଘରକୁ ଫେରି ନ ଥିଲେ। ଶନିବାର ଯନ୍ତାପାଇ ଅଙ୍ଗନବାଡ଼ି ରୋଷେଇ ଘରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଥିଲା। ଏ ନେଇ ଶନିବାର ମୃତକଙ୍କ ପରିବାର ସହିତ ଗ୍ରାମବାସୀ ପାପରମେଟଲା ଥାନା ଘେରାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

ମହିଳା ସୁପରଭାଇଜରଙ୍କ ଅବହେଳା ଅଭିଯୋଗ: ଅଙ୍ଗନବାଡ଼ି କେନ୍ଦ୍ରରେ ବଢ଼ୁଛି ସମସ୍ୟା

କେସିଙ୍ଗା, ୧୦।୧୦ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଥିବା ତୁଣ୍ଡଳା ସେକ୍ଟରର ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକର ପରିଚାଳନାକୁ ନେଇ ଅସନ୍ତୋଷ ପ୍ରକାଶ…

ପ୍ରକାଶ ପାଇଲା ପ୍ରାର୍ଥୀ ତାଲିକା: ମୌଳିକ ସୁବିଧା ଅଭାବକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୦।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ସରକାରୀ ସ୍ନାତକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଛାତ୍ର ସଂସଦ ଓ ବିଭିନ୍ନ ସଂସଦର…

ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍‌ ସରଗରମ: ନାମାଙ୍କନ ନାକଚ୍‌, ଆଶାୟୀ ଅସନ୍ତୋଷ

ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍‌ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…

ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍‌ ଇଣ୍ଡିଆ: ୩ ବ୍ୟାଟ୍‌ରଙ୍କ ବିସ୍ଫୋରକ ଇନିଂସ

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଟିମ ଇଣ୍ଡିଆ ଦମ୍‌ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?