ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ ଘଡେଇ। ପୋଲିସ ତାଙ୍କୁ ଗିରଫକରି ବିଚାର ବିଭାଗୀୟ ହାଜତକୁ ପଠାଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ୨ ତାରିଖରେ ଶିବନାରାୟଣପୁର ଅଙ୍ଗନଓ୍ବାଡି କେନ୍ଦ୍ରରେ ଦୁଇ ଶିଶୁଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହାକୁ ନେଇ ଜଣେ ଶିଶୁଙ୍କ ଅଭିଭାବକ ସନାତନ ଜୋରଜବରଦସ୍ତ କେନ୍ଦ୍ରକୁ ପ୍ରବେଶକରି ଅଙ୍ଗନଓ୍ବାଡି ଦିଦିଙ୍କ ସମ୍ମୁଖରେ ଅନ୍ୟ ଶିଶୁକୁ ଓଲଟା ଲଟକାଇ ମାଡ଼ ମାରିବା ସହ ଧମକ ଦେଇଥିଲେ। ଏହାର ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାପରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ସମ୍ପୃକ୍ତ ଅଙ୍ଗନଓ୍ବାଡି ଦିଦି ସୁବାସିନୀ ପ୍ରଧାନ ଥାନାରେ ଲିଖିତ ଅଭିଯୋଗ କରିବାପରେ ପୋଲିସ ୨୦୫/୧୯ରେ ଏକ ମାମଲା ରୁଜୁ କରି ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri