ଅଙ୍ଗନଓ୍ବାଡି, ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ସଂଗ୍ରହ ହେଲା ୨୨୫୦ ଏନ୍‌-୯୫ ମାସ୍କ

ଛତ୍ରପୁର,୬ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କ୍ଷେତ୍ରରେ କାମ କରୁଥିବା ଅଙ୍ଗନଓ୍ବାଡି କର୍ମୀ ଓ ସ୍ବାସ୍ଥ୍ୟ କର୍ମୀଙ୍କ ପାଇଁ ୩.୮୫ ଲକ୍ଷ ଟଙ୍କାର (୨୨୫୦ଟି) ଏନ୍‌-୯୫ ମାସ୍କ ସୋମବାର ଡିଆରଡିଏ ପିଡି ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରଦାନ କରାଯାଇଛି। ଏଭଳି ମୋଟ ୫ହଜାର ଏନ୍‌-୯୫ ମାସ୍କ ସଂଗ୍ରହ କରି ସ୍ବାସ୍ଥ୍ୟ କର୍ମୀ ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ପ୍ରଦାନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଛତ୍ରପୁର ସଂଗ୍ରାମ ସ୍ପୋଟର୍‌ସ କ୍ଲବ ପକ୍ଷରୁ ୧ ଲକ୍ଷ ଟଙ୍କା ବ୍ୟୟରେ ୬୨୫ଟି ଏନ୍‌-୯୫ ମାସ୍କ ପିଡିଙ୍କୁ ପ୍ରଦାନ କରାଯାଇଛି। କ୍ଲବର ସଭାପତି ତଥା ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ, ଏନ୍‌. ଗିରିଧର ରାଓ, ଆର୍‌. ଯୋଗେନ୍ଦ୍ର ରାଓ, ନିରୋଧ ଚନ୍ଦ୍ର ନାୟକ, ସୁରଜିତ ସାମନ୍ତରାୟ ଉପସ୍ଥିତ ଥିଲେ। ଦଣ୍ଡନାଚ ପାଇଁ ଏହି ଅର୍ଥ ସଂଗ୍ରହ ହୋଇଥିଲା। ଏବେ ଏହା ବନ୍ଦ ହୋଇଯାଇଥିବାରୁ ଏହାକୁ ମାସ୍କ ପାଇଁ ଖର୍ଚ୍ଚ କରାଯାଇଛି। ସେହିପରି ସ୍ଥାନୀୟ ଚଣ୍ଡୀଛକ ଫ୍ରେଣ୍ଡସ ଗ୍ରୁପ ପକ୍ଷରୁ ରାଜେନ୍ଦ୍ର ସେନାପତି, ଜି. ପାପା ରାଓ, ଜନାର୍ଦ୍ଦନ ରାଓ, ପ୍ରଦୀପ ପାଣିଗ୍ରାହୀ, ସୁଦର୍ଶନ ପଟ୍ଟନାୟକ, ରମେଶ ଛାଟୋଇ, ମିଥୁନ ସାହୁ, ମହେଶ ତରାଇ ୧.୮୫ ଲକ୍ଷ ଟଙ୍କାର ୧ହଜାରଟି ଏବଂ ବ୍ରହ୍ମପୁରର ଏକ୍ସଓଟିକ୍‌ ସାଇନେଜ ପକ୍ଷରୁ ୧ ଲକ୍ଷ ଟଙ୍କାର ୬୨୫ଟି ଏନ୍‌-୯୫ ମାସ୍କ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri