ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ତହସିଲଦାର

ଶେରଗଡ଼,୨୫।୭(ଡି.ଏନ.ଏ.): ଗଞ୍ଜାମ ଜିଲାର ଶେରଗଡ଼ ତହସିଲଦାର ଗୁରୁବାର ଦିନ କୁଲାଗଡ଼ ସେକ୍ଟର ଓ ମହୁପଦର ସେକ୍ଟରରେ ଥେିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଅଚାନକ ପରିଦର୍ଶନ କରିଛନ୍ତି। ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ପ୍ରଥମେ ମହୁପଦର ସେକ୍ଟରର କିଛି ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରି କେନ୍ଦ୍ରର ବିଭିନ୍ନ କାଗଜ ପତ୍ର ଯାଞ୍ଚ କରିଥିଲେ। ମୂଖ୍ୟତଃ ଅଙ୍ଗନବାଡ଼ି କର୍ମୀ ଆସୁଛନ୍ତି ନା ନାହିଁ, ଉପସ୍ଥାନ ଖାତା, ଖାଦ୍ୟ ରନ୍ଧା ଯାଉଛିନା ନାହିଁ, ପ୍ରାକ୍‌ ପ୍ରାଥମିକ ଶିକ୍ଷା ଦିଆଯାଉଛି ନା ନାହିଁ ସେନେଇ ସେ ତଦାରଖ କରିଥିଲେ। ଏଥିସହ କେନ୍ଦ୍ରର କାଗଜପତ୍ର ଠିକ୍‌ କରିବାକୁ କହିବା ସହ କାମରେ ଅବହେଳା ହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦୟାସିନ୍ଧୁ କର୍ମୀମାନଙ୍କୁ ଚେତାବନୀ ଦେଇଛନ୍ତି। ଏହାପରେ ସେ ବ୍ଲକର ଶେରଗଡ଼, ତାକରଡା, ଖମାର, କୁଲାଗଡ଼ ଗଁ।ରେ ଥିବା କେନ୍ଦ୍ରକୁ ପରିଦର୍ଶନ କରିଥିଲେ। ଉକ୍ତ ପରିଦର୍ଶନ ସମୟରେ ସୁପର ଭାଇଜର ଗେଲିସାରିଆ ସାହୁ, ବାସନ୍ତୀ ଲତା ଦେବୀ ମଧ୍ୟ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri