ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କଲେ ତହସିଲଦାର

ଶେରଗଡ଼,୨୫।୭(ଡି.ଏନ.ଏ.): ଗଞ୍ଜାମ ଜିଲାର ଶେରଗଡ଼ ତହସିଲଦାର ଗୁରୁବାର ଦିନ କୁଲାଗଡ଼ ସେକ୍ଟର ଓ ମହୁପଦର ସେକ୍ଟରରେ ଥେିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡିକୁ ଅଚାନକ ପରିଦର୍ଶନ କରିଛନ୍ତି। ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ପ୍ରଥମେ ମହୁପଦର ସେକ୍ଟରର କିଛି ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରି କେନ୍ଦ୍ରର ବିଭିନ୍ନ କାଗଜ ପତ୍ର ଯାଞ୍ଚ କରିଥିଲେ। ମୂଖ୍ୟତଃ ଅଙ୍ଗନବାଡ଼ି କର୍ମୀ ଆସୁଛନ୍ତି ନା ନାହିଁ, ଉପସ୍ଥାନ ଖାତା, ଖାଦ୍ୟ ରନ୍ଧା ଯାଉଛିନା ନାହିଁ, ପ୍ରାକ୍‌ ପ୍ରାଥମିକ ଶିକ୍ଷା ଦିଆଯାଉଛି ନା ନାହିଁ ସେନେଇ ସେ ତଦାରଖ କରିଥିଲେ। ଏଥିସହ କେନ୍ଦ୍ରର କାଗଜପତ୍ର ଠିକ୍‌ କରିବାକୁ କହିବା ସହ କାମରେ ଅବହେଳା ହେଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଦୟାସିନ୍ଧୁ କର୍ମୀମାନଙ୍କୁ ଚେତାବନୀ ଦେଇଛନ୍ତି। ଏହାପରେ ସେ ବ୍ଲକର ଶେରଗଡ଼, ତାକରଡା, ଖମାର, କୁଲାଗଡ଼ ଗଁ।ରେ ଥିବା କେନ୍ଦ୍ରକୁ ପରିଦର୍ଶନ କରିଥିଲେ। ଉକ୍ତ ପରିଦର୍ଶନ ସମୟରେ ସୁପର ଭାଇଜର ଗେଲିସାରିଆ ସାହୁ, ବାସନ୍ତୀ ଲତା ଦେବୀ ମଧ୍ୟ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri