ଆସିକା,୬ା୪(ଡି.ଏନ୍.ଏ.): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଡି. ସିଙ୍ଗିପୁର ଗ୍ରାମରେ ରବିବାର ସେହି ଗ୍ରାମର ଜଣେ ଅଙ୍ଗନୱାଡି କର୍ମୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗରେ ଜଣେ ଗିରଫ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ବୁଧିଆ ବେହେରା। ତାଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଅଙ୍ଗନୱାଡି କର୍ମୀ ଜଣକ ସ୍କୁଟିରେ ଘରକୁ ଫେରୁଥିଲେ। ଗାଁ ଦାଣ୍ଡରେ ବୁଧିଆ ତାଙ୍କୁ ଅଟକାଇ ତାଙ୍କୁ କାହିଁକି ରନ୍ଧାଖାଦ୍ୟ ମିଳୁନାହିଁ ବୋଲି ପଚାରିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ ବୋଲି ଥାନାରେ ଅଭିଯୋଗ ହୋଇଥିଲା। ଏ ନେଇ ନଂ.୮୪/୨୦ରେ ଏକ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ଧିରେଶ କୁମାର ଦାସ କହିଛନ୍ତି।
Posted inHome, ଆମ ଜିଲା ଖବର, ଗଞ୍ଜାମ View All
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ
ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...
ପୃଥକ ଦୁର୍ଘଟଣା: ଅଟୋ-ବାଇକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍
ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...
ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ
ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...
Archives


