ଅଙ୍ଗନୱାଡି କେନ୍ଦ୍ର ସ୍ଥାନାନ୍ତର ପାଇଁ ଦାବି

ଝୁମ୍ପୁରା, ୩୦।୭(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନୟାଗଡ ପଞ୍ଚାୟତର କାର୍ଯ୍ୟାଳୟ ପରିସରରେ ରହିଥିବା ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି। ସୂଚନା ଯୋଗ୍ୟ ପଞ୍ଚାୟତ ପରିସରରେ ଥିବା ଅଙ୍ଗନୱାଡି କେନ୍ଦ୍ରଟି ରାସ୍ତା ପାର୍ଶ୍ୱରେ ରହିଛି। ଉକ୍ତ ରାସ୍ତାରେ ପ୍ରତ୍ୟେହ ଶହ ଶହ ସଂଖ୍ୟାରେ ଖଣିଜ ବୋଝେଇ ଟ୍ରକ ଯାତାୟାତ କରୁଥିବା ବେଳେ ଟ୍ରଫିକ ବ୍ୟବସ୍ଥା ମଧ୍ୟ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଅଙ୍ଗନୱାଡିରୁ ଉକ୍ତ ରାସ୍ତା ଦେଇ ଛୋଟ ଛୋଟ ଶିଶୁ ମାନେ ବିପଦସଙ୍କୁଳ ଭାବେ ଯାତାୟାତ କରୁଛନ୍ତି। ଏଥିପାଇଁ ଅଙ୍ଗନୱାଡିରେ ଶିଶୁଙ୍କର ଉପସ୍ଥାନ ସଂଖ୍ୟା ମଧ୍ୟ କମି କମି ଚାଲିଛି। ଏହା ବ୍ୟତୀତ ଅଙ୍ଗନୱାଡି ଛାତ ପରିସର ବହୁତ ଛୋଟ ହୋଇଥିବାରୁ ଶିଶୁମାନେ ଏକାଠି ବସି ପାଠ ପଢି ପାରୁ ନାହାନ୍ତି କି ରନ୍ଧାଖାଦ୍ୟ ମଧ୍ୟ ଖାଇପାରୁ ନାହାନ୍ତି। ମୁଖ୍ୟତଃ ରାସ୍ତା ପାର୍ଶ୍ୱରେ ଅଙ୍ଗନୱାଡି ରହିଥିବା ହେତୁ ଅଭିଭାବକ ମାନେ ଶିଶୁଙ୍କୁ ଅଙ୍ଗନୱାଡି କେନ୍ଦ୍ରକୁ ଛାଡିବା ପାଇଁ ଅନିଚ୍ଛା ପ୍ରକାଶ କରିଥିବା ବେଳେ ନୟାଗଡ ସ୍କୁଲ ପରିସରକୁ କିମ୍ବା ପାର୍ଶ୍ୱକୁ ଅଙ୍ଗନୱାଡି କେନ୍ଦ୍ରକୁ ସ୍ଥାନାନ୍ତର ପାଇଁ ପଦକ୍ଷେପ ନେବାକୁ ବିଡିଓଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏସମ୍ପର୍କରେ ଝୁମ୍ପୁରା ବିଡିଓ ଜୟଶ୍ରୀ ବେଉରାଙ୍କୁ ପଚାରିବାରୁ ଅଙ୍ଗନୱାଡି କେନ୍ଦ୍ରର ସ୍ଥିତି ଦେଖିବା ପରେ ଯାହାକିଛି ପଦକ୍ଷେପ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri