ଅଙ୍ଗାରକାମ୍ଳକୁ ନିୟନ୍ତ୍ରଣ କରିବ ବ୍ୟାକ୍ଟେରିଆ

ବର୍ତ୍ତମାନ ସମଗ୍ର ବିଶ୍ୱରେ ବାୟୁ ପ୍ରଦୂଷଣ ଏକ ଗମ୍ଭୀର ସମସ୍ୟା ଭାବରେ ଉଭାହୋଇଛି। ଏହାର ପ୍ରଭାବ ସିଧାସଳଖ ଜୀବଜଗତ ଉପରେ ପଡୁଛି। ତେଣୁ ବାୟୁ ପ୍ରଦୂଷଣକୁ କିପରି ଦୂରକରିହେବ ସେ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଚେଷ୍ଟା ଜାରି ରଖିଛନ୍ତି। ଏ କ୍ଷେତ୍ରରେ ଆଉ ପାଦେ ଅଗ୍ରସର ହୋଇଛନ୍ତି ଇସ୍ରାଏଲର ଓ୍ବାଇଜମେନ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସର ବୈଜ୍ଞାନିକମାନେ। ବାୟୁମଣ୍ଡଳରେ ଅଙ୍ଗାରକାମ୍ଳ (କାର୍ବନ ଡାଇଅକ୍ସାଇଡ୍‌)କୁ ନିୟନ୍ତ୍ରଣରେ ରଖିବାକୁ ସେମାନେ ଏକ ବ୍ୟାକ୍ଟେରିଆ ପ୍ରସ୍ତୁତ କରିବାରେ ସକ୍ଷମ ହୋଇଛନ୍ତି। ଏହି ବ୍ୟାକ୍ଟେରିଆ ବାୟୁମଣ୍ଡଳରେ ପ୍ରବେଶ କରିବା ପରେ ଅଙ୍ଗାରକାମ୍ଳକୁ ଶୋଷି ନେବାର କ୍ଷମତା ରଖିଛି। ଖାସ୍‌ କଥା ହେଲା ଏଭଳି ବ୍ୟାକ୍ଟେରିଆର ଶାରୀରିକ ବିକାଶ ପାଇଁ ଅଙ୍ଗାରକାମ୍ଳର ଆବଶ୍ୟକ ହୋଇଥାଏ। ପରୀକ୍ଷାମୂଳକ ଭାବରେ ଏଥିରୁ ସଫଳତା ମିଳିବା ପରେ ତାହାକୁ କିପରି ଅନ୍ୟ କ୍ଷେତ୍ରରେ ଉପଯୋଗ କରାଯାଇପାରିବ ସେ ନେଇ ଉକ୍ତ ଇନ୍‌ଷ୍ଟିଚ୍ୟୁଟ୍‌ର ବୈଜ୍ଞାନିକମାନେ
ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri