ଅଚାନକ ବ୍ଲକର ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ପରିବେଶ ସଫାସୁତରା ରଖିବାକୁ ଦେଲେ ପରାମର୍ଶ

ଶେରଗଡ଼,୨୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସୋମବାର ଭୋର୍‌ରୁ ଶେରଗଡ଼ ବ୍ଲକ ଗସ୍ତ କରି ପ୍ରଥମେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ, ଧନନ୍ତ୍ରରସ୍ଥିତ ନାଥେଶ୍ୱର ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ କେନ୍ଦ୍ର ତଦାରଖ କରିଥିଲେ। ସେଠାରେ ପାଇଖାନା ଠିକ ନ ଥିବା ବେଳେ ପରିବେଶ ସଫା ରଖିବା ପ୍ରତି ଗୁରୁତ୍ୱ ଦେବାକୁ ବିଡିଓ ସୁରଞ୍ଜନ କୁମାର ସାହୁଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଇସୋଲେଶନ କେନ୍ଦ୍ରଗୁଡ଼ିକରେ ରହିବା ସମୟରେ ଲୋକମାନଙ୍କର ଯେପରି କୌଣସି ଅସୁବିଧା ନ ହେବ ସେଥିପ୍ରତି ଦୃଷ୍ଟି ଦେବାକୁ ବ୍ଲକର ସମସ୍ତ ସରପଞ୍ଚଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ଧବଲପୁର, ତକରଡା, ଶେରଗଡ଼, କୁମାରପାଣି, କରଡ଼ାକନା, ବରମୁଣ୍ଡଳୀ, ବନ୍ଧାଗୁଡା, କୁଲାଗଡ଼, ସମେତ ୨୨ଟି ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କରିଥିଲେ ଜିଲାପାଳ। ସମସ୍ତ ପଞ୍ଚାୟତର ସରପଞ୍ଚ ଓ କିଛି ନେତାଙ୍କ ସହ କେତେ ଲୋକ ଆସିବେ ତା’ର ରହିବା ଓ ଖାଇବା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ଆଇସୋଲେଶନ କେନ୍ଦ୍ରରେ ଜଣେ ଲେଖାଏ ନୋଡାଲ ଅଧିକାରୀ ଓ ସୁପରଭାଇଜର, ସ୍ବାସ୍ଥ୍ୟକର୍ମୀ ରହିବା ବ୍ୟବସ୍ଥା କରାଯାଇଛି ବୋଲି ବିଡିଓ କହିଥିଲେ। ଉକ୍ତ ଗସ୍ତ ସମୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା,ସହକାରୀ ନିର୍ବାହୀ ଯନ୍ତ୍ରୀ ମହେନ୍ଦ୍ର କୁମାର ଷଡ଼ଙ୍ଗୀ, ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ, ଶରତ ଚନ୍ଦ୍ର ପାତ୍ର,ବାବୁଲା କୁମାର ଚୌଧୁରୀ, ସନ୍ତୋସ କୁମାର ପଟ୍ଟନାୟକ, ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ। ପ୍ରତି କେନ୍ଦ୍ରରେ ସେହି ପଞ୍ଚାୟତର ସରପଞ୍ଚମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri