Posted inଜାତୀୟ

ଅଛେ ଦିନ୍‌ ଆଣିବାର ପ୍ରତିଶ୍ରୁତି ଦେଇ ମୋଦି ଅର୍ଥ ବ୍ୟବସ୍ଥାକୁ ସଙ୍କଟରେ ପକାଇଛନ୍ତି: ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୮: ଦେଶର ଆର୍ଥିକ ସ୍ଥିତି ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ ଶନିବାର ଟୁଇଟ୍‌ କରି କହିଛନ୍ତି, ଅଛେ ଦିନ୍‌ ଆଣିବାର ତୁରୀ ବଜାଉଥିବା ମୋଦି ଏବେ ଦେଶର ଅର୍ଥ ବ୍ୟବସ୍ଥା ଟାୟାର ପଙ୍କଚର୍‌ କରିଦେଇଛନ୍ତି। ଦେଶର ଜିଡ଼ିପି ହ୍ରାସ ଏହାର ଉଦାହରଣ ଦେଉଛି ବୋଲି ପ୍ରିୟଙ୍କା କହିଛନ୍ତି। ଜିଡ଼ିପି କମିବାରେ ଲାଗିଛି। ସେହିପରି ଟଙ୍କାର ମୂଲ୍ୟ ଧୀରେଧୀରେ ଦୁର୍ବଳ ହେବାରେ ଲାଗିଛି। ଦେଶରେ ଛଟେଇ ଜାରି ରହିବା ସହିତ ନୂତନ ନିଯୁକ୍ତି ହୋଇପାରୁନି। ଫଳରେ ଲୋକଙ୍କ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି ଯେ, ୨୦୧୮-୧୯ରେ ୭୨ ୦ଜାର କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି ହୋଇଛି। ସେହିପରି ଗତ ୫ ବର୍ଷ ମଧ୍ୟରେ ଜିଡ଼ିପିରେ ସର୍ବାଧିକ ହ୍ରାସ ହୋଇ ଏହା ୫.୮ ପ୍ରତିଶତରୁ ୫ ପ୍ରତିଶତରେ ପହଞ୍ଚିଛି। ଗତବର୍ଷ ଦେଶର ବିକାଶ ହାର ୮.୨ ପ୍ରତିଶତ ଥିଲା ତେବେ ୨୦୧୯-୨୦ର ପ୍ରଥମ ତ୍ରୟମାସରେ ଏହା ୫ ପ୍ରତିଶତରେ ପହଞ୍ଚିଛି। ଦେଶର ଏଭଳି ସ୍ଥିତି ନେଇ ପ୍ରିୟଙ୍କା କ୍ଷୋଭ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?