ଅଜଣାଗାଡ଼ି ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜମନକିରା,୧୫।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ରବିବାର ରାତିରେ ଜଣେ ବାଇକଚାଳକଙ୍କ ଅଜଣାଗାଡ଼ି ଧକ୍କାରେ ମୃତ୍ୟୁ ଘଟିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି। ତେବେ ପାରିପାର୍ଶ୍ୱିକ ଅବସ୍ଥା ଓ ପ୍ରାଥମିକ ତଦନ୍ତରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ପୋଲିସ ଏନେଇ ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି।
ପୋଲିସର ସୂତ୍ରରୁ ପ୍ରକାଶ, ବଡ଼ରମା ପଞ୍ଚାୟତ କଦଳୀପାଳ ଗାଁର ଶ୍ୟାମସୁନ୍ଦର ସିଂ (୪୫) ବାଇକ ସଜାଡ଼ିବା କାମ କରି ପରିବାର ପ୍ରତିପୋଷଣ କରନ୍ତି। ରବିବାର ରାତିରେ ଖାଇପିଇ ସାରିଥିବାବେଳେ ଜନୈକ ବ୍ୟକ୍ତି ବାଇକ ଖରାପ ଥିବା କହି ଶ୍ୟାମସୁନ୍ଦରଙ୍କୁ ଘରୁ ଡାକି ନେଇଥିଲେ। ଶ୍ୟାମସୁନ୍ଦର ବାଇକ ସଜାଡ଼ିବା ପାଇଁ ନିଜ ବାଇକରେ ଘରକୁ ଡାକିବାକୁ ଆସିଥିବା ଲୋକଙ୍କ ସାଙ୍ଗରେ ଚାଲି ଯାଇଥିଲେ। ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଶ୍ୟାମ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ କୌଣସି ଖବର ପାଇପାରି ନ ଥିଲେ। ସୋମବାର ଭୋର ସମୟରେ ବଡ଼ରମା ଘାଟି ମଝିରେ ବାଇକ ସହ ରାସ୍ତାରେ ପଡ଼ିଥିବାବେଳେ ମୁଣ୍ଡ ଉପରେ ଗାଡ଼ି ଚଢ଼ିଯାଇଥିବା ଜଣାଯାଇଛି। ଏଥିସହ ବେକରେ ରଶି ଚିହ୍ନ ଓ ଗୋଡ଼ ଆଣ୍ଠୁରେ ମାଟି ଲାଗି ରହିଛି। ଦୁର୍ଘଟଣାସ୍ଥଳରୁ ଅନତି ଦୂରରୁ ରକ୍ତ ପଡ଼ିଥିବାବେଳେ ବାଇକ ଓ ମୃତଦେହକୁ ଦେଖି ହତ୍ୟା କରାଯାଇଥିବା ପରିବାର ଲୋକ ସନ୍ଦେହ କରୁଛନ୍ତି। ଏନେଇ ଶ୍ୟାମଙ୍କ ସ୍ତ୍ରୀ ସୁଚିିତା ଦେବୀ ସିଂ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମୃତ ଶ୍ୟାମଙ୍କ ୨ ପୁଅ ଓ ୨ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri