ଅଜଣାଗାଡ଼ି ଧକ୍କାରେ ବାଇକଚାଳକଙ୍କ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜମନକିରା,୧୫।୭(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ ବଡ଼ରମା ଘାଟିରେ ରବିବାର ରାତିରେ ଜଣେ ବାଇକଚାଳକଙ୍କ ଅଜଣାଗାଡ଼ି ଧକ୍କାରେ ମୃତ୍ୟୁ ଘଟିଥିବାବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ପରିବାର ଲୋକଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିବା ଜଣାଯାଇଛି। ତେବେ ପାରିପାର୍ଶ୍ୱିକ ଅବସ୍ଥା ଓ ପ୍ରାଥମିକ ତଦନ୍ତରୁ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି। ପୋଲିସ ଏନେଇ ଥାନାରେ ଏକ ହତ୍ୟା ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି।
ପୋଲିସର ସୂତ୍ରରୁ ପ୍ରକାଶ, ବଡ଼ରମା ପଞ୍ଚାୟତ କଦଳୀପାଳ ଗାଁର ଶ୍ୟାମସୁନ୍ଦର ସିଂ (୪୫) ବାଇକ ସଜାଡ଼ିବା କାମ କରି ପରିବାର ପ୍ରତିପୋଷଣ କରନ୍ତି। ରବିବାର ରାତିରେ ଖାଇପିଇ ସାରିଥିବାବେଳେ ଜନୈକ ବ୍ୟକ୍ତି ବାଇକ ଖରାପ ଥିବା କହି ଶ୍ୟାମସୁନ୍ଦରଙ୍କୁ ଘରୁ ଡାକି ନେଇଥିଲେ। ଶ୍ୟାମସୁନ୍ଦର ବାଇକ ସଜାଡ଼ିବା ପାଇଁ ନିଜ ବାଇକରେ ଘରକୁ ଡାକିବାକୁ ଆସିଥିବା ଲୋକଙ୍କ ସାଙ୍ଗରେ ଚାଲି ଯାଇଥିଲେ। ତେବେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଶ୍ୟାମ ନ ଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରି ମଧ୍ୟ କୌଣସି ଖବର ପାଇପାରି ନ ଥିଲେ। ସୋମବାର ଭୋର ସମୟରେ ବଡ଼ରମା ଘାଟି ମଝିରେ ବାଇକ ସହ ରାସ୍ତାରେ ପଡ଼ିଥିବାବେଳେ ମୁଣ୍ଡ ଉପରେ ଗାଡ଼ି ଚଢ଼ିଯାଇଥିବା ଜଣାଯାଇଛି। ଏଥିସହ ବେକରେ ରଶି ଚିହ୍ନ ଓ ଗୋଡ଼ ଆଣ୍ଠୁରେ ମାଟି ଲାଗି ରହିଛି। ଦୁର୍ଘଟଣାସ୍ଥଳରୁ ଅନତି ଦୂରରୁ ରକ୍ତ ପଡ଼ିଥିବାବେଳେ ବାଇକ ଓ ମୃତଦେହକୁ ଦେଖି ହତ୍ୟା କରାଯାଇଥିବା ପରିବାର ଲୋକ ସନ୍ଦେହ କରୁଛନ୍ତି। ଏନେଇ ଶ୍ୟାମଙ୍କ ସ୍ତ୍ରୀ ସୁଚିିତା ଦେବୀ ସିଂ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମୃତ ଶ୍ୟାମଙ୍କ ୨ ପୁଅ ଓ ୨ ଝିଅ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ପ୍ରଣବଙ୍କ ମନ୍ତବ୍ୟକୁ ଭାଜପାର କାଉଣ୍ଟର ଆଟାକ

କୁଚିଣ୍ଡା,୨୨ା୪(ବିରଞ୍ଚତ୍ ଦର୍କା):ଗତ ଶନିବାର ସମ୍ବଲପୁର ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କୁଚିଣ୍ଡା ଗସ୍ତରେ ଆସି ନବୀନ ପଟ୍ଟନାୟକ ସରକାର...

ସାଂସଦଙ୍କ ପ୍ରତିନିଧିରୁ ସାଂସଦ ପ୍ରାର୍ଥୀ

ସମ୍ବଲପୁର,୨୧ା୪(ପ୍ରମୋଦ ବହିଦାର)କଂଗ୍ରେସ ପକ୍ଷରୁ ଶନିବାର ୩ ଲୋକ ସଭା ୧୬ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି। ସମ୍ବଲପୁର ଲୋକ ସଭା ଆସନରୁ ଦଳ ପୂର୍ବତନ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri