ଅଜଣା ରୋଗରେ ଛାତ୍ର ଆକ୍ରାନ୍ତ

ପାପଡାହାଣ୍ଡି,୨୮।୨(ଡି.ଏନ.ଏ.) – ଅଜଣା ରୋଗରେ ଆକ୍ରାନ୍ତ ହୋଇ ଜଣେ ଛାତ୍ରଙ୍କ ହାତ ଗୋଡ କାମ କରୁନି। ଛାତ୍ର ଜଣକ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। କିନ୍ତୁ ପରିବାର ଲୋକ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଛାତ୍ର ଜଣକୁ ଡାକ୍ତରଖାନା ନେବାକୁ ରାଜି ହେଉ ନାହାନ୍ତି। ଡାକ୍ତରଖାନାରେ ଚିକିତ୍ସା ପରିବର୍ତ୍ତେ ଘରେ ଝଡାଫୁଙ୍କା କରୁଛନ୍ତି। ଏପରି ସ୍ଥିତିରେ ଛାତ୍ରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରେ ଲାଗିଛି। ଏପରି ଘଟଣା ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାଝିଗୁଡା ପଞ୍ଚାୟତ ଡମୁଗୁଡାରେ ଦେଖିବାକୁ ମିଳିଛି।
ଡମୁଗୁଡାର ଯଦୁ ମୁଦୁଲି । ବୟସ ମାତ୍ର ୭ ବର୍ଷ । କେଶବଗୁଡା ସ୍କୁଲ ଯାଇ ପାଠ ପଢୁଥିଲେ। ଗତ ୨୧ ତାରିଖରେ ଯଦୁଙ୍କୁ ଜ୍ୱର ହୋଇଥିଲା । ତାପରେ ହାତ ଗୋଡ଼ କାମ କଲାନି। ପରିବାର ଲୋକେ ନିକଟସ୍ଥ ମେଡିକାଲ ନେଇଥିଲେ। ପରେ ନବରଙ୍ଗପୁର ଓ କୋରାପୁଟ ମେଡିକାଲରେ ଭର୍ତ୍ତି କରିଥିଲେ। ଡାକ୍ତର ଅଧିକା ଚିକିତ୍ସା ଲାଗି ବ୍ରହ୍ମପୁର ନେବା ଲାଗି ପରାମର୍ଶ ଦେଇଥିଲେ । କିନ୍ତୁ ଅର୍ଥ ଅଭାବରୁ ପରିବାର ଲୋକ ଯଦୁୁଙ୍କୁ ଘରକୁ ଲୁଚାଇ ନେଇ ଆସିଥିଲେ। ବର୍ତ୍ତମାନ ଯଦୁର ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡିବା ସହ ପାଟି ପଡିଯାଇଛି। ସେ ବିଛଣାରେ ପଡି ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ପରିବାର ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଘରେ ଗୁଣିଆ ଡକାଇ ଝଡା ଫୁଙ୍କା ଚଳାଇଛନ୍ତି । ଖବର ପାଇ ସ୍ଥାନୀୟ ସ୍ବାସ୍ଥ୍ୟକର୍ମୀ ଗୁରୁବାର ଡମୁଗୁଡା ଯାଇ ପରିବାର ଲୋକଙ୍କୁ ବୁଝାଶୁଝା କରିବା ପରେ ମଧ୍ୟ ମେଡିକାଲ ନେବାକୁ ବାପା ମିଟୁ ମୁଦୁଲି ରାଜି ହୋଇନଥିଲେ । ପରେ ଭ୍ରାମ୍ୟମାନ ଗାଡିର ଡାକ୍ତରୀ ଦଳ ଯାଇ ଯଦୁଙ୍କୁ ଡାକ୍ତରଖାନା ନେବା ପାଇଁ ମିଟୁ ଓ ପରିବାରଙ୍କୁ ବୁଝାଇ ଥିଲେ ମଧ୍ୟ ସେମାନେ ରାଜି ହୋଇ ନ ଥିଲେ। ମିଟୁଙ୍କ ଉଚ୍ଚ ଚିକିତ୍ସାର ଆବଶ୍ୟକତା ଥିବାରୁ ପ୍ରଶାସନ ତରଫରୁ ମିଟୁଙ୍କ ପରିବାରକୁ ବୁଝାଇ ଚିକିତ୍ସା କରାଇବା ଆଶ୍ୟକତା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

‘ପାଠ ପଢ଼ି ମାର୍କ ଆଣିବା ଚିନ୍ତାରୁ ବାହାରି ଗବେଷଣା କରିବା ଜରୁରୀ’

ଭଞ୍ଜନଗର,୬ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଇଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ବୁଧବାର ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିସହ ଯୁକ୍ତ…

ଟାଙ୍କିରେ ମିଳୁନି ପେଟ୍ରୋଲ-ଡିଜେଲ, ଚଢ଼ା ଦରରେ ଉପଭୋକ୍ତା କିଣି …

ଦାରିଙ୍ଗବାଡ଼ି,୬ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଏବେ ପେଟ୍ରୋଲ ଓ ଡିଜେଲର ଘୋର ସଙ୍କଟ ଦେଖାଯାଇଛି। ଉକ୍ତ ବ୍ଲକର ୨୫ଟି ପଞ୍ଚାୟତ ପାଇଁ ମାତ୍ର ୨ଟି ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri