ଅଜଣା ରୋଗରେ ପରିବାରର ଦୁଇ ଶିଶୁ ମୃତ

ଭେଡ଼େନ,୨୧।୯(ଡି.ଏନ.ଏ.): ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ଚିଚିଣ୍ଡା ଗ୍ରାମ ପଞ୍ଚାୟତର ଚମାର ପଡ଼ାର ଗୋଟିଏ ପରିବାରର ଦୁଇ ଜଣ ଶିଶୁଙ୍କ ଅଜଣା ରୋଗରେ ଶୁକ୍ରବାର ମୃତ୍ୟୁ ହୋଇଛି। ଚମାର ପଡ଼ାର ଫକିର ମିରିଗ ଓ ପୂର୍ଣ୍ଣିମା ମିରିଗଙ୍କ ବଡ଼ ଝିଅ ବୈଷ୍ଣବୀ(୫) ଏବଂ ପୁଅ ବଜରଙ୍ଗି (୧)ଙ୍କ ଚିକିତ୍ସାଧିନ ଅବସ୍ଥାରେ ବୁର୍ଲା ବଡ଼ ଡ଼ାକ୍ତରଖାନାରେ ମୃତ୍ୟୁ ହୋଇଛି। ଅନ୍ୟପଟେ ଉକ୍ତ ପରିବାରର ଆଉ ଜଣେ ସାନ ଝିଅ ଚୁମକି(୩)ଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲାରେ ଚିକତ୍ସିତ କରାଯାଉଛି। ସୂଚନାଯୋଗ୍ୟ, ଏହି ୩ ଶିଶୁଙ୍କୁ ପୂର୍ବରୁ ଜ୍ୱର ହେଉଥିବା ବେଳେ ଶୁକ୍ରବାର ଦିନ ସମସ୍ତଙ୍କ ପେଟ ଫୁଲିଯାଇ ଝାଡ଼ା ପରିସ୍ରା ବନ୍ଦ ହୋଇଯାଇଥିଲା। ସେମାନଙ୍କୁ ଚିକିତ୍ସା ପାଇଁ ପ୍ରଥମେ ସ୍ଥାନୀୟ ହସ୍ପିଟାଲ ଓ ପରେ ବୁର୍ଲାକୁ ସ୍ଥାନାନ୍ତରିତ କରାଯାଇଥିଲା। ତେବେ ଶୁକ୍ରବାର ସନ୍ଧ୍ୟାରେ ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫକିରଙ୍କ ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା ବେଳେ ଅସୁସ୍ଥ ଝିଅର ଚିକତ୍ସା ପାଇଁ ସରକାରୀ ସାହାଯ୍ୟ ଯୋଗାଇଦେବାକୁ ସାଧାରଣରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri