ଅଜଣା ହାଇଓ୍ବା ଧକ୍କାରେ ବୃଦ୍ଧା ମୃତ: କ୍ଷତିପୁରଣ ଦାବିରେ ବ୍ରାହ୍ମଣୀପାଳ-ଦୈତାରୀ ରାସ୍ତା ଅବରୋଧ

କେନ୍ଦୁଝର,୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ବଳିପର୍ବତ ନିକଟରେ ଏକ ଅଜଣା ଗାଡି ଧକ୍କାରେ ବୁଧବାର ରାତିରେ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ହେଲେ ରେବଣା ପଳାଶପାଳ ଅଞ୍ଚଳର ବାସନ୍ତୀ ଦେହୁରୀ(୫୫)।
ବାସନ୍ତୀ ଆଜକୁ ଦୁଇ ମାସ ହେବ ବଳିପର୍ବତ ନୂଆସାହିରେ ନିଜ ଝିଅ ଘରେ ରହିଆସୁଥିଲେ। ରାତିରେ ବ୍ରାହ୍ମଣୀପାଳ ଦୈତାରୀ ରାସ୍ତାର ଏକ ପାଶର୍‌ବରୁ ଅନ୍ୟ ପାର୍ଶ୍ୱକୁ ଯାଉଥିବା ବେଳେ ଏକ ଅଜଣା ହାଇୱା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ବାସନ୍ତୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ପାଇ ଦୈତାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବାକୁ ଉଦ୍ୟମ କରୁଥିବା ବେଳେ ଉତ୍ୟକ୍ତ ଲୋକମାନେ ମୃତଦେହକୁ ଛାଡି ନ ଥିଲେ। ଏଥିସହ କ୍ଷତିପୂରଣ ଦାବିରେ ଦୀର୍ଘ ୪ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ପରେ ପୋଲିସ, ସ୍ଥାନୀୟ ନେତୃମଣ୍ଡଳୀ ଓ ଓଏମ୍‌ସିର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ଉଠିଥିଲା। ପରେ ଦୈତାରୀ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ପୋଲିସ ଘଟଣାର ଏକ ମାମଲା ରୁଜୁ କରି ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ ଜାରି ରଖିଛି।

ଉକ୍ତ ରାସ୍ତାରେ ଦ୍ରୁତଗତିରେ ଗାଡି ମୋଟର ଚଳାଚଳ ଯୋଗୁଁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଛି। ଫଳରେ ନିରୀହ ଲୋକମାନଙ୍କ ଜୀବନ ଅକାଳରେ ଝଡ଼ି ଯାଉଛି। ଏପରି ଘଟଣା ବାରମ୍ବାର ଘଟୁଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ କୌଣସି ଦୃଢ ପଦକ୍ଷେପ ନିଆଯାଉ ନ ଥିବାକୁ ନେଇ ଜନସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri