ଅଜଣା ହାଇଓ୍ବା ଧକ୍କାରେ ବୃଦ୍ଧା ମୃତ: କ୍ଷତିପୁରଣ ଦାବିରେ ବ୍ରାହ୍ମଣୀପାଳ-ଦୈତାରୀ ରାସ୍ତା ଅବରୋଧ

କେନ୍ଦୁଝର,୨୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଦୈତାରୀ ଥାନା ଅନ୍ତର୍ଗତ ବଳିପର୍ବତ ନିକଟରେ ଏକ ଅଜଣା ଗାଡି ଧକ୍କାରେ ବୁଧବାର ରାତିରେ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ହେଲେ ରେବଣା ପଳାଶପାଳ ଅଞ୍ଚଳର ବାସନ୍ତୀ ଦେହୁରୀ(୫୫)।
ବାସନ୍ତୀ ଆଜକୁ ଦୁଇ ମାସ ହେବ ବଳିପର୍ବତ ନୂଆସାହିରେ ନିଜ ଝିଅ ଘରେ ରହିଆସୁଥିଲେ। ରାତିରେ ବ୍ରାହ୍ମଣୀପାଳ ଦୈତାରୀ ରାସ୍ତାର ଏକ ପାଶର୍‌ବରୁ ଅନ୍ୟ ପାର୍ଶ୍ୱକୁ ଯାଉଥିବା ବେଳେ ଏକ ଅଜଣା ହାଇୱା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ବାସନ୍ତୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ପାଇ ଦୈତାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବାକୁ ଉଦ୍ୟମ କରୁଥିବା ବେଳେ ଉତ୍ୟକ୍ତ ଲୋକମାନେ ମୃତଦେହକୁ ଛାଡି ନ ଥିଲେ। ଏଥିସହ କ୍ଷତିପୂରଣ ଦାବିରେ ଦୀର୍ଘ ୪ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ପରେ ପୋଲିସ, ସ୍ଥାନୀୟ ନେତୃମଣ୍ଡଳୀ ଓ ଓଏମ୍‌ସିର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ଉଠିଥିଲା। ପରେ ଦୈତାରୀ ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଆନନ୍ଦପୁର ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ପୋଲିସ ଘଟଣାର ଏକ ମାମଲା ରୁଜୁ କରି ସତ୍ୟାସତ୍ୟ ଜାଣିବା ପାଇଁ ତଦନ୍ତ ଜାରି ରଖିଛି।

ଉକ୍ତ ରାସ୍ତାରେ ଦ୍ରୁତଗତିରେ ଗାଡି ମୋଟର ଚଳାଚଳ ଯୋଗୁଁ ଏଭଳି ଦୁର୍ଘଟଣା ବାରମ୍ବାର ଘଟୁଛି। ଫଳରେ ନିରୀହ ଲୋକମାନଙ୍କ ଜୀବନ ଅକାଳରେ ଝଡ଼ି ଯାଉଛି। ଏପରି ଘଟଣା ବାରମ୍ବାର ଘଟୁଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ କୌଣସି ଦୃଢ ପଦକ୍ଷେପ ନିଆଯାଉ ନ ଥିବାକୁ ନେଇ ଜନସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri