Categories: ଜାତୀୟ

ଅଜିତ ପାଓ୍ବରଙ୍କୁ ମିଳିଲା ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦାୟିତ୍ୱ

ମୁମ୍ବାଇ,୩୦।୧୨: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ନେତା ଅଜିତ ପାଓ୍ବାର ସୋମବାର ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ସମୟରେ ମୋଟ ୩୬ଜଣଙ୍କୁ ମନ୍ତ୍ରୀ ପଦ ମିଳିଛି। ସୂଚନାଯୋଗ୍ୟ, ନଭେମ୍ବର ୨୮ରେ ମହାରାଷ୍ଟ୍ରରେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଠନ ହୋଇଥିବା ବେଳେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ମହାରାଷ୍ଟ୍ର କ୍ୟାବିନେଟର ସମ୍ପ୍ରସାରଣ ହୋଇ ନ ଥିବା ବେଳେ ଏହା ପ୍ରଥମ ସମ୍ପ୍ରସାରଣ ହେଲା।

Share