Posted inଖେଳ

ଅଜୟ ସିଂଙ୍କ ରାଜ୍ୟଗୋଷ୍ଠୀ ରେକର୍ଡ

ଆପିଆ(ସାମୋଆ),୧୨।୭(ପି.ଟି.)- ଭାରତୀୟ ଭାରୋତ୍ତୋଳନକାରୀ ଅଜୟ ସିଂ ଶୁକ୍ରବାର ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ରେ କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ନୂଆ ରେକର୍ଡ କରିଛନ୍ତି। ୨୨ ବର୍ଷୀୟ ଭାରୋତ୍ତୋଳକ ୮୧ କି.ଗ୍ରା. ବର୍ଗର କ୍ଲିନ୍‌ ଓ ଜର୍କ ଇଭେଣ୍ଟରେ ୧୯୦ କି.ଗ୍ରା. ଭାର ଉଠାଇଥିଲେ, ଯାହାକି ତାଙ୍କ ଓଜନର ଦୁଇଗୁଣରୁ ଅଧିକ। ଏସିଆନ ୟୁଥ୍‌ ଓ ଜୁନିୟର ରାଜ୍ୟଗୋଷ୍ଠୀ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକଧାରୀ ସ୍ନାଚ୍‌ ଇଭେଣ୍ଟରେ ୧୪୮ କି.ଗ୍ରା. ଭାର ଉଠାଇଥିଲେ। ମୋଟରେ ସେ ୩୩୮ କି.ଗ୍ରା. (୧୯୦+୧୪୮ କି.ଗ୍ରା.) ଉତ୍ତୋଳନ କରିଥିଲେ। ଏହା ଅଜୟଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ। ସେ ପୂର୍ବ ପ୍ରଦର୍ଶନ ଅପେକ୍ଷା ଅଧିକ ୧୮ କେଜି ଭାର ଉଠାଇଥିଲେ। ସମାନ ଓଜନ ବର୍ଗରେ ଅଜୟଙ୍କ ପଛକୁ ଆଉ ଜଣେ ଭାରତୀୟ ପାପୁଲ ଚାଙ୍ଗ୍‌ମାଇ ରୌପ୍ୟ ପଦକ ହାତେଇଛନ୍ତି। ୮୭ କେଜି ବର୍ଗରେ ପି. ଅନୁରାଧା ୨୨୧ କି.ଗ୍ରା. (୧୦୦+ ୧୨୧ କି.ଗ୍ରା.) ଭାର ଉଠାଇ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଥିବାବେଳେ ଆର୍‌. ଭି. ରାହୁଲ ୮୯ କି.ଗ୍ରା. ବର୍ଗରେ ରୌପ୍ୟ ପଦକ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri