ଅଟୋରେ ପ୍ରସବ କଲେ ମହିଳା

ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ପାହିରାଜୁ ପଞ୍ଚାୟତ ଡ୍ରେସୁରୁ ଗ୍ରାମରେ ଏଭଳି ଦେଖିବାକୁ ମିଳିଛି। ଗ୍ରାମର ବିଜୁ ଦିଗାଲଙ୍କ ସ୍ତ୍ରୀ ମେନକାଙ୍କ ଗୁରୁବାର ପ୍ରସବ ଯନ୍ତ୍ରଣା ହୋଇଥିଲା। ତାଙ୍କୁ ବାଲନ୍ଦାପଡା ଡାକ୍ତରଖାନାକୁ ନେବା ପାଇଁ ଜନନୀ ଏକ୍ସପ୍ରେସକୁ ଡକାଯାଇଥିଲା। ହେଲେ ଗମନାଗମନ ସୁବିଧା ନ ଥିବାରୁ ସେଠାକୁ ଆମ୍ବୁଲାନ୍ସ ଯାଇ ପାରି ନ ଥିଲା। ପରିବାର ଲୋକେ ବାଧ୍ୟ ହୋଇ ଏକ ଅଟୋରେ ଆଶାକର୍ମୀଙ୍କ ସହାୟତାରେ ବାଲନ୍ଦାପଡ଼ା ଡାକ୍ତରଖାନାକୁ ଆଣୁଥିଲେ। ଗୋବରନଳା ଗ୍ରାମ ପାଖରେ ମହିଳା ଜଣକ ଉକ୍ତ ଅଟୋରେ ପ୍ରସବ କରିଥିଲେ। ବାଲନ୍ଦାପଡାରେ କେହି ଡାକ୍ତର ନ ଥିବାରୁ ପରିବାର ଲୋକେ ଏ ସମ୍ପର୍କରେ ପାହିରାଜୁ ଏ.ଏନ୍‌.ଏମ୍‌ଙ୍କ ଅବଗତ କରିଥିଲେ। ବର୍ଷା ଯୋଗୁ ପ୍ରାଥମିକ ଚିକତ୍ସା ଯୋଗାଇ ଦେବାକୁ ଏଏନଏମ୍‌ ମଧ୍ୟ ପହଞ୍ଚି ପାରି ନ ଥିଲେ। ପରିବାର ଲୋକେ ବାଧ୍ୟ ହୋଇ ଶିଶୁପୁତ୍ରକୁ ଧରି ଗୋବରନଳାଠାରୁ ନିଜ ଗ୍ରାମ ଡ଼୍ରେସୁରୁ ଫେରିଥିଲେ। ଏଏନଏମ୍‌ଙ୍କ ନିକଟରେ ଗର୍ଭବତୀଙ୍କ ସମସ୍ତ ତଥ୍ୟ ଥିବା ବେଳେ କାହିଁକି ଆଗୁଆ ପଦକ୍ଷେପ ନେଲେ ନାହିଁ ବୋଲି ପ୍ରଶ୍ନ ଉଠିଛି। ଏ ସମ୍ପର୍କରେ ପାହିରାଜୁ ଏଏନ୍‌ଏମ୍‌ ଡ଼ାଇନା ନାୟକଙ୍କୁ ପଚାରିବାରୁ ମା’ ଗୃହକୁ ଆଣିବାର ଦାୟିତ୍ୱ ଆଶା କର୍ମୀଙ୍କର ବୋଲି କହି ନିଜ ମୁଣ୍ଡରୁ ଦୋଷ ଖସାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri