ଅଟୋ ଚାଳକଙ୍କୁ ୫୨ହଜାର ଜରିମାନା, ୮ ନିୟମ ଭାଙ୍ଗିଥିଲେ

ଭୁବନେଶ୍ୱର, ୪।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ରାଜଧାନୀ ଭୁବନେଶ୍ୱରରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଟୋ ଚାଳକଙ୍କ ଉପରେ ଲାଗିଛି ୫୨ହଜାର ଟଙ୍କାର ଜରିମାନା। ଚାଳକଜଣଙ୍କ ହେଲେ ହରିବନ୍ଧୁ କହଁର। ସେ ସ୍ଥାନୀୟ ବଡ଼ଗଡ଼ ଅଞ୍ଚଳରେ ରହୁଥିବା ବେଳେ ଘର ନୟାଗଡ଼ ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ବୁଧବାର ଆଚାର୍ଯ୍ୟ ବିହାର ଛକରେ ଚେକିଂ ଚାଲିଥିଲା। ଏହି ସମୟରେ ହରିବନ୍ଧୁ ପୋଲିସ ହାତରେ ଧରା ପଡ଼ିଥିଲେ। ପ୍ରଥମେ ଟ୍ରାଫିକ ନିୟମ ଭାଙ୍ଗି ଥିବାରୁ ତାଙ୍କୁ ୫୦୦ ଟଙ୍କା ଫାଇନ୍‌ କରାଯାଇଥିଲା। ପରେ ମଦ ପିଇ ଗାଡ଼ି ଚଳାଉଥିବାରୁ ୧୦ହଜାର ଟଙ୍କା, ବୈଧ ଡ୍ରାଇଭିଂ ଲାଇସେନ୍ସ ନ ଥାଇ ଗାଡ଼ି ଚଳାଉଥିବାରୁ ୫ହଜାର, ଅନଧିକୃତ ଭାବେ ଗାଡ଼ି ଚଳାଉଥିବାରୁ ୫ହଜାର, ପ୍ରଦୂଷଣ ନିୟମ ଉଲ୍ଲଂଘନ ପାଇଁ ୧୦ହଜାର, ବିନା ରେଜିଷ୍ଟ୍ରେଶନରେ ଗାଡ଼ି ଚଳାଉଥିବାରୁ ୫ହଜାର, ବିନା ପରମିଟ୍‌ରେ ବୁଲୁଥିବାରୁ ୧୦ହଜାର, ଇନ୍‌ସୁରାନ୍ସ ନ ଥିବାରୁ ୨ହଜାର ଟଙ୍କା ଜରିମାନା କରାଯାଇଥିଲା। ତେବେ ଆର୍‌ଟିଓ ଅଫିସରୁ ୪୭ହଜାର ୫ଶହ ଟଙ୍କା ଫାଇନ୍‌ କଟାଯାଇଥିବା ବେଳେ ପୋଲିସ ପକ୍ଷରୁ ୫ହଜାର ଟଙ୍କା ଜରିମାନା କରାଯାଇ ମୋଟ ୫୨ହଜାର ୫ଶହ ଟଙ୍କାର ଚାଲାଣ କଟାଯାଇଛି। ସେ ଏହା ପୈଠ ନକଲେ ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସାରା ଦେଶରେ ଏହାକୁ କଡ଼ାକଡ଼ି ପାଳନ କରାଯାଉଛି। ଗଣେଶ ପୂଜା ଓ ନୂଆଖାଇରେ ଜରିମାନା ଆଦାୟକୁ ବନ୍ଦ ରଖାଯାଇଥିବାବେଳେ ବୁଧବାର ପୁଣି କମିଶନରେଟ ପୋଲିସ ଚେକିଂ ଜୋରଦାର କରିଛି। ଗାଡ଼ି ଚାଳକଙ୍କ ହେଲମେଟ୍‌ ସମେତ ଡ୍ରାଇଭିଂ ଲାଇସେନ୍ସ, ରେଜିଷ୍ଟ୍ରେଶନ, ଇନ୍‌ସୁରାନ୍ସ ଆଦିର ଚେକିଂକୁ ବ୍ୟାପକ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?