ଭୋଗରାଇ, ୮।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅଧୀନ କମର୍ଦ୍ଦା ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ସେଠୀ (୪୮) ଶୁକ୍ରବାର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ତାଙ୍କ ମୃତ୍ୟୁରେ ଏହି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
କମର୍ଦ୍ଦା ସରପଞ୍ଚ ଏକ ବାଇକ୍ ଯୋଗେ ଚନ୍ଦନେଶ୍ୱରରୁ ଘରକୁ ଫେରୁଥିବା ବେଳେ ଜଗନ୍ନାଥପୁର ନିକଟ ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତାର ବିପରୀତ ଦିଗରୁ ଆସୁଥିବା ଏକ ଆଳୁ ବୋଝେଇ ଟ୍ରକ୍ ସହିତ ମୁହାଁମୁହଁି ଧକ୍କା ହୋଇଥିଲା। ସରପଞ୍ଚଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ୧୦୮ ଯୋଗେ ପ୍ରଥମେ ଜଳେଶ୍ୱରପୁର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ପରେ ଶବ ବ୍ୟବଚ୍ଛେଦ କରାଯାଇ ପରିବାରକୁ ହସ୍ତାନ୍ତର କରାଯାଇଥିଲା। ସରପଞ୍ଚଙ୍କ ମୃତ୍ୟୁରେ କମର୍ଦ୍ଦା ପଞ୍ଚାୟତ କାର୍ଯ୍ୟାଳୟରେ ଶୋକସଭା କରାଯାଇଥିଲା। ଏଥିରେ ବିଧାୟକ ଅନନ୍ତ ଦାସ, ବ୍ଲକ ଚେୟାରମ୍ୟାନ ମଞ୍ଜୁରାଣୀ ବେହେରାଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇଛନ୍ତି। ସରପଞ୍ଚଙ୍କ ମୃତ୍ୟୁରେ କମର୍ଦ୍ଦା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି।
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ
ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…
ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ
ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…
ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…
ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…
ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……
ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…
ଖାଉଥିଲେ ପରିବାର ଲୋକେ: ହଠାତ୍ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…
ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍ ୬ଜଣ…
ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି
ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…
Archives

