ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଫିରିଙ୍ଗିଆ ଥାନା ଜଜେଶପଙ୍ଗା ଗ୍ରାମ ଓଡ଼ିଆ ସାହିର ଚକ୍ରଧର ସାହୁ ।
ଚକ୍ରଧର ରାଇକିଆ ମେଡ଼ିକାଲରେ ମ୍ୟାଲେରିଆ ବିଭାଗରେ କାମ କରୁଥିଲେ। ବୁଧବାର ସକାଳ ପ୍ରାୟ ୯ଟାରେ ନିଜ ଆଈ ସୁଲୋଚନା ସାହୁଙ୍କ ମୃତ୍ୟୁ ଖବରପାଇ ରାଇକିଆରୁ ବାଇକ୍‌ରେ ନିଜ ଗ୍ରାମକୁ ଆସୁଥିଲେ । ଉରକିଆଛକ ନିକଟସ୍ଥ ବୁଲାଣିରେ ଏକ ଅଟୋ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଚକ୍ରଧର ଗୁରୁତର ଆହତ ଆହତ ହୋଇଥିଲେ। ଆମ୍ବୁଲାନ୍ସରେ ତାଙ୍କୁ ତୁରନ୍ତ ସାରଙ୍ଗଗଡ଼ ଡାକ୍ତରଖାନାକୁ ନିଆଯାଇଥିଲେ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ। ଫିରିଙ୍ଗିଆ ଥାନାଧିକାରୀ ପି.ଶ୍ୟାମ ସୁନ୍ଦର ରାଓ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ଥାନାରେ ନଂ.୨୧/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ଦୁର୍ଘଟଣା ଘଟାଇ ଅଟୋଚାଳକ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri