ଅଟୋ-ବାଇକ୍‌ ମୁହାଁମୁହିଁ: ୪ ଗୁରୁତର

ଆନନ୍ଦପୁର,୧୧। ୯(ସ୍ବ.ପ୍ର.)- ଆନନ୍ଦପୁର ୧୩ ନଂ ଓ୍ବାର୍ଡ଼ ସୁଡୁସୁଡିଆ ରାସ୍ତାରେ ବାଇକ୍‌ ଓ ଅଟୋ ମୁହାଁମୁହିଁ ହେବା ଫଳରେ ୪ ଜଣ ଗୁରୁତର ହେବା ସହିତ ଦୁଇ ଜଣ ଆହତ ହୋଇ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆଟୋଟି ଆନନ୍ଦପୁରରୁ ୪ ଜଣ ଯାତ୍ରୀ ଧରି ଶାଳଡା ବାଇପାସ୍‌ ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ସହ ସମ୍ମୁଖରୁ ଧକ୍କା ହୋଇଥିଲା। ବାଇକ୍‌ରେ କାଳୁପଡା ଅଞ୍ଚଳର ସସ୍ମିତା ନାଥ ଓ ଉଲ୍ଲାସ ନାଥ ଯାଉଥିବାବେଳେ ସସ୍ମିତା ଗୁରୁତର ଆହତ ହୋଇଛନ୍ତି। ସେହିଭଳି ଅଟୋ ରେ ବାଉଁଶନାଳି ଅଂଚଳର ପାଣ୍ଡବ ଜେନା, ବିଦୁ ଜେନା, ପାର୍ବତୀ ଜେନା, ସାବିତ୍ରୀ ଜେନା ଥିବାବେଳେ ସାବିତ୍ରୀଙ୍କୁ ଛାଡି ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ୬ ଜଣ ଆହତ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ମାଲକାନଗିରିରୁ ଉଡ଼ିବ ଡବଲ ଇଞ୍ଜିନ ବିମାନ

ମାଲକାନଗିରି, ୧୩।୭(ଗୌରିଶଙ୍କର ପଣ୍ଡା): ମାଲକାନଗିରି ବିମାନବନ୍ଦରକୁ ଏବେ କେବଳ ଛୋଟ ବିମାନ ଚଳାଚଳ କରାଯିବ ନାହିଁ। ଆଗକୁ ପ୍ରାୟ ୧୨୦ ଆସନ ବିଶିଷ୍ଟ ଡବଲ ଇଞ୍ଜିନ ଯାତ୍ରୀବାହୀ…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

ଅଭିଯୋଗ ଶୁଣିଲେ ଜିଲାପାଳ ଆରକ୍ଷୀ ଅଧୀକ୍ଷକ: ସମସ୍ୟାର ମିଳିଲା ସମାଧାନ

ପୁରୁଷୋତ୍ତମପୁର, ୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି।…

ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୨୩ କୋଠରୀ ବିଶିଷ୍ଟ ୪ ମହଲା ଲଜ୍‌ ସହ ୮ଟି ପ୍ଲଟ୍‌ ଠାବ

କୋରାପୁଟ/ବଲାଙ୍ଗୀର, ୧୩।୭ (ଅମିତାଭ ବେହେରା/ସୁନିଲ କୁମାର ମହାନ୍ତି): ଓଡ଼ିଶା କନଷ୍ଟ୍ରକ୍ସନ୍ କର୍ପୋରେସନ୍‌ (OCCL)ର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri