ଅଟୋ ସେକ୍ଟରରେ ମାନ୍ଦାବସ୍ଥା;କେନ୍ଦ୍ର ଠାରୁ ପ୍ୟାକେଜ ମାଗିଲା ଉଦ୍ୟୋଗ

ନୂଆଦିଲ୍ଲୀ,୮-୮: ଦେଶର ଅଟୋ ସେକ୍ଟର ଏବେ ବଡ଼ ଦୁର୍ଦ୍ଦିନ ଦେଇ ଗତି କରୁଛି। ଅର୍ଥନୀତି ଧିମା ହେବା କାରଣରୁ ଅଟୋ ସେକ୍ଟର ଏବେ ମାନ୍ଦାବସ୍ଥାର ସମ୍ମୁଖୀନ ହୋଇଛି। ଏଥିରୁ ବର୍ତ୍ତିବା ପାଇଁ ପ୍ରମୁଖ ଅଟୋ ନିର୍ମାତା ମୁଖ୍ୟ ବୁଧବାର କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭେଟିଛନ୍ତି। ଉଦ୍ୟୋଗର ବିକାଶ ଲାଗି ସରକାର ଏକ ପ୍ୟାକେଜ ଦେବାକୁ ସେମାନେ ଦାବି କରିଛନ୍ତି। ପ୍ରାପ୍ତ ସୂଚନାନୁଯାୟୀ, ଅଟୋ ଉଦ୍ୟୋଗରେ ଅଗ୍ରଣୀ ମାରୁତି ସୁଜୁକି ପକ୍ଷରୁ ଏହାର ଅଧ୍ୟକ୍ଷ ଆର୍‌.ସି.ଭାର୍ଗବ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ପକ୍ଷରୁ ଏହାର ପ୍ରେସିଡେଣ୍ଟ(ଅଟୋମୋଟିଭ ସେକ୍ଟର) ରଞ୍ଜନ ଓ୍ବାଧେରା, ଅଟୋ ଯନ୍ତ୍ରାଂଶ,ଡିଲର ସମୂହ ସଂଘର ପ୍ରତିନିଧିମାନେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଭେଟିଥିଲେ। ମାନ୍ଦାବସ୍ଥା କାରଣରୁ ଅଟୋ ସେକ୍ଟରରେ ନିଯୁକ୍ତି ଉଦ୍‌ବେଗଜନକ ଭାବେ ହ୍ରାସ ପାଇବାରେ ଲାଗିଛି ବୋଲି ସୀତାରାମନ୍‌ଙ୍କୁ ଜଣାଇ ଦିଆଯାଇଛି। ଏଣୁ ଅଟୋ ଉଦ୍ୟୋଗକୁ ଗତିଶୀଳ କରିବା ଲାଗି ସରକାର ପ୍ୟାକେଜ ଘୋଷଣା କରିବାକୁ ଦାବି କରାଯାଇଛି ବୋଲି ସୋସାଇଟି ଅଫ୍‌ ଇଣ୍ଡିଆନ ଅଟୋମୋବାଇଲ ମାନୁଫାକ୍‌ଚରର୍ସ(ସିଆମ) ପ୍ରେସିଡେଣ୍ଟ ଓ୍ବାଧେରା କହିଛନ୍ତି। ଏହି ଶିଳ୍ପରେ କାହିଁକି ମାନ୍ଦାବସ୍ଥା ଦେଖାଦେଲା ତାହା ଅର୍ଥମନ୍ତ୍ରୀ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ଅକ୍ଟୋବର ୧ରୁ ଏମାନଙ୍କୁ ଆଉ ମିଳିବନି LPG ସିଲିଣ୍ଡର, କେନ୍ଦ୍ର ସରକାର ନେଲେ କଡ଼ା ଆକ୍ସନ

ନୂଆଦିଲ୍‌ଲୀ,୩୦।୯: କେନ୍ଦ୍ର ସରକାର ଏବଂ ତୈଳ କମ୍ପାନୀଗୁଡ଼ିକ ଅକ୍ଟୋବର ୧ ତାରିଖରୁ ଏଲପିଜି ସବସିଡି (LPG Subsidy) ପାଇଁ ଇ-କେୱାଇସି (e-KYC) ବାଧ୍ୟତାମୂଳକ କରିଛନ୍ତି। ଏହି ସମୟରେ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?