ଅଡୁଆ କରୁଛି କିସ୍‌

ଦିଶା ପଟାନି ଏବେ ଟେନସନରେ। କାରଣ ଯେଉଁ କେତୋଟି ଅଫର ମିଳୁଛି ସେଥିରେ ଲିପ୍‌-ଲକ୍‌ ସିନ୍‌ ରହୁଛି। ଆଉ ଏକଥା ଶୁଣିବା ପରେ ଦିଶା ପ୍ରଥମେ କି ନିଷ୍ପତ୍ତି ନେବେ ଜାଣିପାରି ନ ଥିଲେ। କିଛି ଦିନ ଚିନ୍ତା କରିବା ପରେ ସେ ଏପରି ଅଫରକୁ ରେଡ୍‌ ସିଗନାଲ ଦେଖାଇଛନ୍ତି। ଏ ନେଇ ଦିଶା କହନ୍ତି, ‘ଅଯଥାରେ କିସ୍‌ ଶଟ୍‌ ଦେଇ ମୁଁ ଶସ୍ତା ଲୋକପ୍ରିୟତା ଅର୍ଜନ କରିବାକୁ ଆସିନାହିଁ। ମୋ ଭୂମିକାକୁ ମୁଁ ସବୁବେଳେ ଗୁୁରୁତ୍ୱ ଦେଇଥାଏ। କାହାଣୀ ଅନୁସାରେ ଯଦି କିଛି ଇଣ୍ଟିମେଣ୍ଟ ସିନ୍‌ ରହିଲା ତାକୁ ନେଇ ମୁଁ ଚିନ୍ତା କରିପାରେ। ହେଲେ କାହାଣୀ ସହ ଆଦୌ କିଛି ସଂଯୋଗ ନ ଥିବା ବୋଲ୍ଡ ଶଟ୍‌ ଦେବାକୁ ମୁଁ କେବେ ରାଜି ହେବି ନାହିଁ। ନିକଟରେ ଲିପ୍‌-ଲକ୍‌ ସିନ୍‌ ପାଇଁ ମୁଁ ଦୁଇଟି ଅଫର ହାତଛଡ଼ା କରିଛି। ଏ ନେଇ ମୋର ମନ ଦୁଃଖ ନାହିଁ। କାରଣ ସେପରି ଶଟ୍‌ ସହ କାହାଣୀର କିଛି ସମ୍ପର୍କ ଥିବା ମୋତେ ଜଣାପଡ଼ି ନ ଥିଲା। କୌଣସି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ମୁଁ ଶହେ ଥର ସେ ନେଇ ଚିନ୍ତା କରିବି। ଯଦି ତରତର ହେଲି ତେବେ ତାହାଦ୍ୱାରା ମୋ କ୍ୟାରିୟର ପ୍ରଭାବିତ ହେବ।’ ତେବେ ଦିଶା ନିଜର ଏପରି ମାନସିକତାକୁ କେତେ ଦିନ ବଜାୟ ରଖୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri