ଅଢେଇ ବର୍ଷରେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି ଆମେରିକା ରାଷ୍ଟ୍ରପତି

ୱାଶିଂଟନ, ୨୩।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଭେଟିଥିଲେ। ଏହି ସମୟରେ କଶ୍ମୀର ସମସ୍ୟା ଉଠିଥିଲା। ଟ୍ରମ୍ପ କହିଥିଲେ, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋତେ କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା କରିବାକୁ ନିବେଦନ କରିଛନ୍ତି। ତେବେ ଭାରତ ପକ୍ଷରୁ ଏହାକୁ ଦୃଢ ଭାବେ ଖଣ୍ଡନ କରାଯାଇଛି। ଟ୍ରମ୍ପ ମିଛ କହୁଥିବା ଭାରତ କହିଛି। ଏପରିକି ଟ୍ରମ୍ପଙ୍କ ବୟାନକୁ ଆମେରିକାର ସାଂସଦମାନେ ମଧ୍ୟ ନାପସନ୍ଦ କରିଛନ୍ତି। ତେବେ ଆମେରିକା ରାଷ୍ଟ୍ରପତି ଟମ୍ପ ମିଛ ଧରାପଡିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକଥର ତାଙ୍କ ମିଛ ଧରାପଡିଛି। କାର୍ଯ୍ୟକାଳର ଅଢେଇ ବର୍ଷ ଭିତରେ ସେ ୧୦ ହଜାରରୁ ଅଧିକ ମିଛ କହିଛନ୍ତି।
ଓ୍ବାଶିଂଟନ୍‌ ପୋଷ୍ଟ ଫ୍ୟାକ୍ଟ ଚେକର ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ଅନୁସାରେ ଟମ୍ପ ୨୦୧୮ରେ ପ୍ରତିଦିନ ୧୭ଥର ମିଛ କହିଛନ୍ତି। ୨୦୧୭ ଅପେକ୍ଷା ୨୦୧୮ରେ ସେ ଅଧିକ ମିଛ କହିଛନ୍ତି। ଗତ ୧୮ ମାସ ଭିତରେ ସେ ମୋଟ ୧୩ ଲକ୍ଷ ୪୦ ହଜାର ୩୩୦ଟି ଶବ୍ଦ କହିଛନ୍ତି। ସେଥିମଧ୍ୟରେ ୫.୧ ପ୍ରତିଶତ ମିଥ୍ୟା ଶବ୍ଦ। ଟମ୍ପଙ୍କ ପ୍ରତି ୧୪ଟି ଟବ୍ଦରେ ଗୋଟିଏ ଶବ୍ଦ ମିଛ ଥାଏ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri