ଅଣଛାତ୍ରଙ୍କୁ ଚିହ୍ନଟ ପାଇଁ ପଦକ୍ଷେପ: କଲେଜ ମୁଖ୍ୟ ଫାଟକରେ ଲାଗିବ ସିସି କ୍ୟାମେରା

ଖଣ୍ଡପଡା,୧୮।୮(ସ୍ବ.ପ୍ର.)-କଣ୍ଟିଲୋ ନୀଳମାଧବ ମହାବିଦ୍ୟାଳୟ ପରିସରରେ ବିଭିନ୍ନ ସମୟରେ ସ୍ଥାନୀୟ ଅଞ୍ଚଳର କେତେକ ଅଣଛାତ୍ର ପ୍ରବେଶ କରି ନାନା ବିଶୃଙ୍ଖଳା ସୃଷ୍ଟି କରିଥାନ୍ତି । ଫଳରେ ମହାବିଦ୍ୟାଳୟର ଶୈକ୍ଷିକ ବାତାବରଣରେ ବାଧା ସୃଷ୍ଟି ହେଉଛି। ବିଶୃଙ୍ଖଳିତ ଅଣଛାତ୍ରଙ୍କୁ ଚିହ୍ନଟ ସହିତ ସେମାନଙ୍କ ବିରୁଦ୍ଧରେ ଆଇନଗତ ପଦକ୍ଷେପ ଗ୍ରହଣ କରିବା ଲକ୍ଷ୍ୟରେ କଲେଜ ମୁଖ୍ୟ ଫାଟକ ସମ୍ମୁଖରେ ସିସି କ୍ୟାମେରା ଲଗାଯିବା ପାଇଁ ଶୁକ୍ରବାର ଆୟୋଜିତ କଲେଜ ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। କଲେଜ ସଭାଗୃହରେ ପରିଚାଳନା କମିଟି ସଭାପତି ତଥା ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଲେଜର ଶିକ୍ଷାଦାନ ବ୍ୟବସ୍ଥାକୁ ଶୃଙ୍ଖଳିତ କରାଯିବା ସହ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ବିଶେଷ କରି କଲେଜ ପରିସରରେ ସାଇକେଲ ଷ୍ଟାଣ୍ଡ ନିର୍ମାଣ ଓ ହତାବାଡ ନିର୍ମାଣରେ ଅଭିଯୋଗ ହୋଇଥିବା ଦୁର୍ନୀତି ସମ୍ପର୍କରେ ସବ୍‌ କମିଟି ଉପସ୍ଥାପିତ କରିଥିବା ରିପୋର୍ଟକୁ ସଭ୍ୟମାନେ ଉପସ୍ଥାପନ କରିଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କ ରିପୋର୍ଟ ଅନୁସାରେ ନୀତି ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ କଲେଜ ଅଧ୍ୟକ୍ଷ ସୁକାନ୍ତ କୁମାର ନାୟକଙ୍କୁ ପରାମର୍ଶ ଦିଆଯାଇଥିଲା । ଆବଶ୍ୟକୀୟ ଷ୍ଟାଫ୍‌ ନିଯୁକ୍ତି ପାଇଁ ହୋଇଥିବା ସାକ୍ଷାତ୍‌କାର ରିପୋର୍ଟକୁ ଗ୍ରହଣ କରାଯାଇ ଯୋଗ୍ୟ ବିବେଚିତ ଆବେଦନକାରୀଙ୍କୁ ନିଯୁକ୍ତି ଦିଆଯିବା ପାଇଁ ସ୍ଥିର କରାଯାଇଥିଲା । ଏହାବ୍ୟତୀତ ଚଳିତ ବର୍ଷ ପାଇଁ +୨ ଓ ଡିଗ୍ରୀ ଶ୍ରେଣୀ ପାଇଁ ଆୟବ୍ୟୟ ଅଟକଳ ଗୃହୀତ କରାଯାଇଥିଲା ।
ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରୁଥିବା କଣ୍ଟିଲୋ ମହାବିଦ୍ୟାଳୟରେ କେତେଜଣ ଅଧ୍ୟାପକ ନିୟମିତ ଭାବେ କଲେଜକୁ ବିଳମ୍ବରେ ଆସୁଥିବା ବେଳେ ଶିକ୍ଷାଦାନରେ ଅବହେଳା ପ୍ରଦର୍ଶନ କରୁଥିବା ନେଇ ଆଲୋଚନା କରାଯାଇ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଆଲୋଚନା ହୋଇଥିଲା। ଏହା ବ୍ୟତୀତ ଚଳିତ ବର୍ଷ ପାଇଁ +୨ ଓ ଡିଗ୍ରୀ ଶ୍ରେଣୀ ପାଇଁ ଆୟବ୍ୟୟ ଅଟକଳ ଗୃହୀତ କରାଯାଇଥିଲା ା କଲେଜ ଅଧ୍ୟକ୍ଷ ନାୟକ ଉକ୍ତ ବୈଠକକୁ ସଂଯୋଜନା କରିଥିବା ବେଳେ ଉପାଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ଦାଶ ଧନ୍ୟବାଦ ଦେଇଥିଲେ । ଆଲୋଚନାରେ ଅନ୍ୟତମ ସଭ୍ୟ ଅଖିଳ କୁମାର ମହାରଣା, ଈଶ୍ୱର ଚନ୍ଦ୍ର ମିଶ୍ର,ଉଜ୍ଜ୍ୱଳ ମହାରଣା, ଭିକାରୀ ମହମ୍ମଦ, ପ୍ରଦୀପ କୁମାର କର, ପ୍ରଭାକର ଶିରୋମଣି ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri