ଅଣୁ ଯୁଦ୍ଧର ଧମକ ଦେଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୭ା୮: କଶ୍ମୀର ପ୍ରସଙ୍ଗରେ ସବୁଆଡୁ ବାଟ ବନ୍ଦ ହୋଇଯିବା ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଭାରତକୁ ଅଣୁ ଯୁଦ୍ଧର ଧମକ ଦେଇଛନ୍ତି। ଏହି ପ୍ରସଙ୍ଗରେ ପାକିସ୍ତାନ ଚୂଡ଼ାନ୍ତ ନିଷ୍ପତ୍ତି ନେବାର ସମୟ ଆସିଛି ବୋଲି ସେ ସୋମବାର କହିଛନ୍ତି। ପରମାଣୁ ଯୁଦ୍ଧ ହେଲେ କେହି ବିଜୟୀ ହେବେନାହିଁ ବରଂ ସମସ୍ତେ କ୍ଷତି ସହିବେ। ତେଣୁ ପାକିସ୍ତାନ କିଛି ଏଭଳି ପଦକ୍ଷେପ ନେବା ପୂର୍ବରୁ ବିଶ୍ୱ ସମୁଦାୟ ଏଥିରେ ହସ୍ତକ୍ଷେପ କରିବା ଉଚିତ। ବିଶ୍ୱର ବୃହତ ଶକ୍ତିମାନେ ପାକିସ୍ତାନକୁ ସମର୍ଥନ କରନ୍ତୁ ବା ନ କରନ୍ତୁ ଆମ ଲାଗି ଯାହା ସମ୍ଭବ ତାହା କରିଦେଖାଇବୁ ବୋଲି ଇମ୍ରାନ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି।

ପାକିସ୍ତାନ ଦ୍ୱିପାକ୍ଷିକ ଆଲୋଚନା ଲାଗି ବହୁବାର ପ୍ରୟାସ କରିଛି, ହେଲେ ଭାରତ ଏଥିଲାଗି କୌଣସି ସହଯୋଗ କରିନାହିଁ। ଅପରପକ୍ଷରେ ସୀମାପାର୍‌ ଆତଙ୍କବାଦର ଆଳ ଦେଖାଇ ଭାରତ ଆମ ଉପରେ ଦୋଷ ଲଦିଚାଲିଛି ବୋଲି ଇମ୍ରାନ୍‌ କହିଛନ୍ତି। ୩୭୦ ଧାରାକୁ ଭାରତ ଏକପାଖିଆ ଉଚ୍ଛେଦ କରି ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ କରି ରାଜନୀତି କରୁଛି। ଏହା ଜାତିସଂଘ ପ୍ରସ୍ତାବର ଖୋଲା ଉଲ୍ଲଂଘନ। ଆମେ କଶ୍ମୀରବାସୀଙ୍କ ସହ ପୂର୍ବରୁ ଅଛୁ ଓ ରହିବୁ ବୋଲି ଇମ୍ରାନ୍‌ ପ୍ରକାଶ କରିଛନ୍ତି। କଶ୍ମୀର ଲାଗି ପାକିସ୍ତାନ ଯେକୌଣସି ସ୍ତରକୁ ଯାଇପାରେ ବୋଲି ମଧ୍ୟ ସେ ଧମକ ଦେଇ କହିଛନ୍ତି। ପ୍ରକାଶଥାଉ କି, କଶ୍ମୀର ପ୍ରସଙ୍ଗରେ ଜାତିସଂଘ ନିରାପତ୍ତା ପରିଷଦ ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସପକ୍ଷରେ ମତଦେଇ ଏହାକୁ ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି କହିବା ପରେ ପାକିସ୍ତାନ ଏହାକୁ ସହଜରେ ହଜମ ନ କରି ଅଣୁ ଯୁଦ୍ଧର ଧମକ ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri