ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚି: ଯନ୍ତ୍ରଣା ଭୋଗୁଛି ୫ ବର୍ଷର କନ୍ୟା

ଅନୁଗୋଳ ଅଫିସ, ୨।୧୦- ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚି ଭାଙ୍ଗି ରହିଯାଇଥିବାରୁ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁକନ୍ୟା ଯନ୍ତ୍ରଣା ଭୋଗୁଛି। ଅନୁଗୋଳ ଓ କଟକର ଏକ ଘରୋଇ ନର୍ସିଂହୋମ୍‌ରେ ଅସ୍ତ୍ରୋପଚାର ବିଫଳ ହେବା ପରେ ଅର୍ଥ ଅଭାବରୁ ଆଉ ଚିକିତ୍ସା କରି ନ ପାରି ପରିବାର ଲୋକେ ତାଙ୍କୁ ଘରକୁ ଫେରାଇ ଆଣିଥିବା ସୂଚନା ମିଳିଛି। ତେବେ ଏ ନେଇ କିଛି ଜାଣି ନ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟର ଏଡିଏମ୍‌ଓ(ମେଡିକାଲ) ଲକ୍ଷ୍ମୀ ନାରାୟଣ ବିଶୋଇ କହିଛନ୍ତି।
ଶିଶୁକନ୍ୟାଙ୍କ ବାପା ନିରଞ୍ଜନ ବେହେରା କହିଛନ୍ତି, ଦେଢ଼ମାସ ତଳେ ଝିଅ ବଳରାମପ୍ରସାଦସ୍ଥିତ ମାମୁ ଘରକୁ ଯାଇଥିବାବେଳେ ଜ୍ୱରରେ ପୀଡ଼ିତ ହୋଇଥିଲା। ନିକଟରେ ଥିବା ଏକ କ୍ଲିନିକ୍‌ର ଫାର୍ମାସିଷ୍ଟ ଝିଅକୁ ଇଞ୍ଜେକଶନ୍‌ ଦେଇଥିଲେ। କିନ୍ତୁ ଛୁଞ୍ଚତ୍ଟି ଭାଙ୍ଗି ଅଣ୍ଟାରେ ରହିଯାଇଥିଲା। ପରେ ଯନ୍ତ୍ରଣା ହେବାରୁ ଝିଅକୁ ଅନୁଗୋଳର ଏକ ଘରୋଇ ମେଡିକାଲରେ ଦେଖାଇଥିଲେ। ସେଠାରେ ଡାକ୍ତର ଅସ୍ତ୍ରୋପଚାର କରିଥିଲେ ମଧ୍ୟ ସଫଳ ହୋଇ ନ ଥିଲେ। ପରେ କଟକର ଏକ ଘରୋଇ ନର୍ସିଂହୋମରେ ମଧ୍ୟ ଅସ୍ତ୍ରୋପଚାର କରାଯାଇଥିଲା। ହେଲେ ୩ଡି ଡିଜିଟାଲ ମେଶିନ ନ ଥିବାରୁ ଛୁଞ୍ଚତ୍ ଠାବ କରାଯାଇପାରି ନ ଥିଲା। ପାଖରେ ଆଉ ଅର୍ଥ ନ ଥିବାରୁ ଅଧିକ ଚିକିତ୍ସା କରି ନ ପାରି ଝିଅକୁ ଘରକୁ ଫେରାଇ ଆଣିଛନ୍ତି। ପ୍ରଶାସନ ସହାୟତା ଦେଲେ ଝିଅ ଯନ୍ତ୍ରଣାମୁକ୍ତ ହୋଇପାରନ୍ତା ବୋଲି ନିରଞ୍ଜନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଚିନି କଳ ସ୍ଥାନ ଚିହ୍ନଟ ପାଇଁ ନୟାଗଡରେ ଆଇପିଏଲ ଟେକ୍ନିକାଲ ଟିମ

ନୟାଗଡ଼,୨୧।୩(ଲୋକନାଥ ମିଶ୍ର): ନୟାଗଡ଼ରେ ନୂଆ ଚିନିଶିଳ୍ପ ଖୋଲିବା ନେଇ ମାର୍ଚ୍ଚ ୬ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣା କରିଥିଲେ। ଏପରିକି ଚିନି ଶିଳ୍ପ ଖୋଲିବା ନେଇ…

ବୋଲେରୋ ଧକ୍କାରେ ସଫେଇ କର୍ମଚାରୀ ମୃତ: ରାସ୍ତାରୋକୋ କରି ୫୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି କଲେ…

ପାଇକମାଳ,୨୧।୩( ବଡ ଶତପଥୀ) : ନୃସିଂହନାଥ ମନ୍ଦିରରେ କର୍ମରତ ସଫେଇ କର୍ମଚାରୀ ସକାଳେ ନିଜ କାମ ସାରି ପୁଅକୁ ମେଡିକାଲ ନେବା ପାଇଁ ଘରକୁ ବାଇକରେ ଫେରୁଥିବାବେଳେ…

ରଥଯାତ୍ରା ପାଇଁ ବୁଗୁଡ଼ା ବନାଞ୍ଚଳରୁ ଗଲା ୧୬ ଖଣ୍ଡ ଫାଶି କାଠ

ବୁଗୁଡ଼ା,୨୧।୩(କାଳିଚରଣ ଦାଶ): ବୁଗୁଡ଼ା ପାଇଁ ଏକ ସୌଭାଗ୍ୟର ଦିନ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ତିଆରି ସକାଶେ ଦକ୍ଷିଣ ଘୁମୁସର ବନଖଣ୍ଡ ଅନ୍ତର୍ଗତ…

ମନ୍ଦିର ପ୍ରତିଷ୍ଠା, ନାମଯଜ୍ଞ ପାଇଁ ପ୍ରସ୍ତୁତି : ଅଧିକରୁ ଅଧିକ ଜନସମାଗମ ଆଶଙ୍କା

ଗଞ୍ଜାମ,୨୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକର କରପଡା ଗ୍ରାମରେ ଆସନ୍ତା ୨୨ରୁ ୨୬ ପର୍ଯ୍ୟନ୍ତ ୫ ଦିନ ବ୍ୟାପି ମହା ଆଡମ୍ବରରେ ମା’ ବୁଢ଼ୀ ଠାକୁରାଣୀ ଏବଂ…

ଗଛରେ ପିଟିହୋଇ ଓଲଟିଲା କାର୍‌: ଆଖିବୁଜିଦେଲେ ,ଶଳା,ଭିଣୋଇ

ନନ୍ଦପୁର,୨୧ା୩(ତୁଷାରକାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଗୁରୁବାର ରାତିରେ ଏକ କାର୍‌ ରାସ୍ତା ପାର୍ଶ୍ୱ ଥିବା ଆମ୍ବଗଛକୁ…

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri