ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚତ୍ ଘଟଣା:ଚିକିତ୍ସା ନ ପାଇ କଟକରୁ ଫେରିଲେ ଶିଶୁ କନ୍ୟା

ଅନୁଗୋଳ ଅଫିସ, ୧୯।୧୦

ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁ କନ୍ୟା ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚତ୍ ଧରି ଶୁକ୍ରବାର କଟକ ବଡ଼ ମେଡିକାଲ ଯାଇଥିଲେ ହେଁ ସେଠାରୁ ଚିକିତ୍ସା ନ ପାଇ ଘରକୁ ଫେରିଛନ୍ତି। ଏପରିକି କଟକ ମେଡିକାଲରେ ଏପରି ଚିକିତ୍ସା ଉପଲବ୍ଧ ନ ଥିବା କହି ଜୁନିୟର ଡାକ୍ତରମାନେ ତାଙ୍କୁ ଫେରାଇ ଦେଇଥିବା ଶିଶୁକନ୍ୟାଙ୍କ ବାପା ନିରଞ୍ଜନ ବେହେରା ଅଭିଯୋଗ କରିଛନ୍ତି। ଏ ନେଇ ସେ ଆଇନର ଦ୍ୱାରସ୍ଥ ହେବା ସହ ଜାତୀୟ ମାନବାଧିକାର କମିଶନଙ୍କ ନିକଟରେ ଫେରାଦ ହେବେ ବୋଲି ନିରଞ୍ଜନ କହିଛନ୍ତି।
ଗତ ଅଗଷ୍ଟ ୮ରେ ଶିଶୁଟିର ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚତ୍ ଭାଙ୍ଗି ରହିଥିଲା। ଦୁଇଥର ଘରୋଇ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହେବା ପରେ ମଧ୍ୟ ଛୁଞ୍ଚତ୍ ବାହାରିପାରି ନ ଥିଲା। ପରେ ଅସ୍ତ୍ରୋପଚାର ପାଇଁ ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ ଗତ ୧୧ ତାରିଖରେ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଥିଲା। ଏ ନେଇ ଏସସ୍‌ିବି ମେଡିକାଲ ଅଧୀକ୍ଷକଙ୍କ ନିକଟକୁ ଚିଠି ମଧ୍ୟ କରାଯାଇଥିଲା। ସେଠାରେ ଦୁଇ ଦିନ ରହିବା ପରେ ମଧ୍ୟ ଚିକିତ୍ସା ନ ପାଇ ନିରଞ୍ଜନ ଝିଅକୁ ଧରି ଘରକୁ ଫେରିଛନ୍ତି। ଏ ସମ୍ପର୍କରେ ଅନୁଗୋଳ ଏଡିଏମ୍‌ଓ(ମେଡିକାଲ) ଲକ୍ଷ୍ମୀ ନାରାୟଣ ବିଶୋଇ କହିଛନ୍ତି, ଶିଶୁକନ୍ୟା ଫେରିଆସିଥିବା ଖବର ମିଳିଛି। ଶିଶୁଟିର ପରିବାର ଏ ସମ୍ପର୍କରେ କିଛି ଜଣାଇନାହାନ୍ତି। ଜଣାଇବା ପରେ ଆଉ ଥରେ କଟକ ମେଡିକାଲକୁ ଚିଠି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri