Posted inଜାତୀୟ

ଅଣ୍ଟା ପର୍ଯ୍ୟନ୍ତ ବରଫ: ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ ୧୦୦ ଯବାନ

ଶ୍ରୀନଗର,୧୫।୧: ଆମକୁ ସୁରକ୍ଷିତ ଏବଂ ସୁଖରେ ରଖିବା ପାଇଁ ଯବାନଙ୍କ ତ୍ୟାଗର ତୁଳନା ନାହିଁ। ସମସ୍ତଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ଭାରତୀୟ ସେନା। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଏଠାରେ ଦୀର୍ଘ ୪ ଘଣ୍ଟା ବରଫରେ ଚାଲି ଜଣେ ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଛନ୍ତି ୧୦୦ଜଣ ଯବାନ। ଜମ୍ମୁ-କଶ୍ମୀର ଘାଟିରେ ଏବେ ପ୍ରବଳ ବରଫପାତ ହେଉଛି। ଫଳରେ ଅଣ୍ଟା ପର୍ଯ୍ୟନ୍ତ ବରଫ ଜମା ହୋଇଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସମୀନା ନାମକ ଜଣେ ମହିଳାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରିବାର ଥିଲା। ଯେଉଁ ଗାଁରେ ସମୀନା ରହୁଥିଲେ ସେଠାରେ ଡାକ୍ତରଖାନା ନେବାକୁ କୌଣସି ସୁବିଧା ଉପଲବ୍ଧ ନ ଥିଲା। ଫଳରେ ୧୦୦ ଯବାନ ଏବଂ ୩୦ଜଣ ସ୍ଥାନୀୟ ଲୋକେ ମିଶି ଅଣ୍ଟାଏ ବରଫ ଭିତରେ ପଶି ସମୀନାଙ୍କୁ ଷ୍ଟ୍ରେଚର ଯୋଗେ ଡାକ୍ତରଖାନା ନେଇଥିଲେ। ଯବାନଙ୍କ ଏଭଳି ଉଲ୍ଲେଖନୀୟ କାର୍ଯ୍ୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଲାମ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri