ଅଣ୍ଟା ବିନ୍ଧା ଓ ମୋବାଇଲ୍‌

ବର୍ତ୍ତମାନ ଦୁନିଆରେ ମୋବାଇଲ୍‌ର ମହତ୍ତ୍ୱ କେତେ ତାହା କହିବା ବାହୁଲ୍ୟ। କାରଣ ପ୍ରତିଟି କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇପାରୁଛି। ହେଲେ ଯଦି ଜଣେ ବ୍ୟକ୍ତି ନିଜକୁ ଅଧିକାଂଶ ସମୟ ମୋବାଇଲ୍‌ ସହ ଜଡିତ ରଖୁଛନ୍ତି ତେବେ ସେ ଟିକେ ସତର୍କ ରହିବା ଦରକାର। ଆମେରିକାସ୍ଥିତ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ନିକଟରେ ଏପରି ସୂଚନା ଦେଇଛନ୍ତି। ଯଦି ଜଣେ ବ୍ୟକ୍ତି ଦୀର୍ଘ ସମୟ ପର୍ଯ୍ୟନ୍ତ ମୋବାଇଲ ବ୍ୟବହାର କରନ୍ତି ତେବେ ତାହାର ପ୍ରଭାବ ଅନେକାଂଶରେ ଅଣ୍ଟା ଉପରେ ପଡିଥାଏ। କାରଣ ଗୋଟିଏ ସ୍ଥାନରେ ବସି ରହିଲେ ଅଣ୍ଟାଜନିତ ସମସ୍ୟା ଦେଖାଯିବାର ଯଥେଷ୍ଟ ଆଶଙ୍କା ରହିଛି। ‘ଅଣ୍ଟା ବିନ୍ଧା ଓ ମୋବାଇଲ’ ଶୀର୍ଷକ ବିଷୟକୁ ନେଇ ସେମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନେ ଅଧିକ ସମୟ ମୋବାଇଲ ବ୍ୟବହାର କରୁଥିଲେ ସେମାନଙ୍କ ମଧ୍ୟରୁ ପ୍ରାୟ ୪୦ ପ୍ରତିଶତ ବ୍ୟକ୍ତିଙ୍କର ଅଣ୍ଟାଜନିତ ସମସ୍ୟା ଦେଖିବାକୁ ମିଳିଥିଲା। ଉକ୍ତ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ପରାମର୍ଶ ଦେଇଛନ୍ତି ଯେ, ଯଦି ଆପଣ ଗୋଟିଏ ସ୍ଥାନରେ ଅଧିକ ସମୟ ବସି ରହୁଛନ୍ତି ତେବେ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ସେଠାରୁ ଉଠି ଚାଲବୁଲ କରନ୍ତୁ। ତା’ ସହ ସନ୍ତୁଳିତ ଖାଦ୍ୟ ଖାଆନ୍ତୁ। ସବୁଠାରୁ ଖାସ୍‌ କଥା ହେଲା ଦୈନନ୍ଦିନ ଜୀବନ ତାଲିକାରେ ବ୍ୟାୟାମକୁ ସାମିଲ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri