ଅଣ୍ଡିଲୋ ଗଁ। ଦାଣ୍ଡରେ ଆଣ୍ଠୁଏ ପାଣି

ବାଲିଅନ୍ତା,୨୬।୯(ଡି.ଏନ.ଏ.): ଲଗାଣ ବର୍ଷା ଯୋଗୁ ବାଲିଅନ୍ତା ବ୍ଲକ ଅଧୀନ ଅଣ୍ଡିଲୋ ଗ୍ରାମ ଦାଣ୍ଡରେ ଆଣ୍ଠୁଏ ପାଣି ଜମି ରହୁଛି। ବର୍ଷା ପାଣି ନିଷ୍କାସନ ପାଇଁ ବାଟ ନ ଥିବାରୁ ଏଭଳି ଅବସ୍ଥା ଉପଜୁଛି। ଗ୍ରାମର ଏହା ମୁଖ୍ୟ ସମସ୍ୟା ଥିବାବେଳେ ପ୍ରଶାସନର ନଜର ପଡୁ ନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। କୁଶଭଦ୍ରା ନଦୀ ଓ ପୁରୀ ମୁଖ୍ୟ କେନାଲ ମଧ୍ୟସ୍ଥଳରେ ଅବସ୍ଥି ଏହି ଗଁ।ର ଲୋକେ ଦୀର୍ଘ ୧୦ବର୍ଷ ହେଲା ବର୍ଷା ସମୟରେ ଏହି ସମସ୍ୟା ଭୋଗ କରୁଛନ୍ତି। ପ୍ରତିବର୍ଷ ବର୍ଷାଋତୁ ଆସିଲେ ଗାଁ ଲୋକେ ଜଳବନ୍ଦୀ ଅବସ୍ଥାରେ ରୁହନ୍ତି। ବର୍ଷାପାଣି ସାଙ୍ଗକୁ ଆବର୍ଜନା ମିଶି ଏଠାରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି। ପ୍ରତିଦିନ ଏହି ରାସ୍ତାରେ ପିଲାଠାରୁ ଆରମ୍ଭ କରି ସମସ୍ତେ ଯିବାଆସିବା କରୁଥିବାରୁ ଗୋଡ କୁଣ୍ଡାଇ ହୋଇ ଫଳିଯାଉଛି ବୋଲି ଗ୍ରାମର ଅଲେଖ ବେହେରା କହିଛନ୍ତି। ଗଁ। ରାସ୍ତା ଉପରୁ ବର୍ଷା ପାଣି ନିଷ୍କାସିତ ନ ହେବା ଯୋଗୁ ଗ୍ରାମବାସୀ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିକାରସ୍ବରୂପ ଜଳ ନିଷ୍କାସନ ପାଇଁ ଗ୍ରାମବାସୀ ଜିଲା ଓ ବ୍ଲକ ପ୍ରଶାସନ ପାଖରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri